Posted inଜାତୀୟ

ଗେହଲଟଙ୍କୁ ୧୫ ଦିନିଆ ମହଲତ ଦେଲେ ପାଇଲଟ୍‌

ଜୟପୁର, ୧୬ା୫ :ରାଜସ୍ଥାନର ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ ସୋମବାର ତାଙ୍କର ୫ ଦିନିଆ ଜନସଂଘର୍ଷ ଯାତ୍ରା ଉଦ୍‌ଯାପନ କରିଛନ୍ତି। ବସୁନ୍ଧରା ରାଜେଙ୍କ ସରକାର ଅମଳରେ ହୋଇଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ୧୫ ଦିନିଆ ମହଲତ ଦେଇଛନ୍ତି। ଏହି ସମୟସୀମା ମଧ୍ୟରେ ଯଦି ଗେହଲଟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳ ହୁଅନ୍ତି, ତେବେ ସେ ନିଜ ଦଳର ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ଜୋର୍‌ଦାର କରିବେ ବୋଲି ପାଇଲଟ ଚେତାବନୀ ଦେଇଛନ୍ତି। ଗେହଲଟ ଚଳିତ ମାସ ଶେଷ ସୁଦ୍ଧା ସେମାନଙ୍କ ଦାବି ମାନିନେବା ଲାଗି ଅସନ୍ତୁଷ୍ଟ ନେତା ପାଇଲଟ ନୋଟିସ ଦେଇଛନ୍ତି। ପଦଯାତ୍ରା ଶେଷ ଦିନରେ ପାଇଲଟଙ୍କ ସହ ୧୫ କଂଗ୍ରେସ ବିଧାୟକ ଉପସ୍ଥିତ ଥିଲେ।
କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହେବା ପରେ ସିଦ୍ଦାରାମାୟା ଏବଂ ଡି.କେ. ଶିବକୁମାରଙ୍କ ମଧ୍ୟରୁ କାହାକୁ ମୁଖ୍ୟମନ୍ତ୍ରୀ କରାଯିବ, ଏନେଇ ଦଳର କେନ୍ଦ୍ରୀୟ ନେତୃତ୍ୱ ଚିନ୍ତାରେ ପଡ଼ିଥିବାବେଳେ ରାଜସ୍ଥାନ କଂଗ୍ରେସରେ ଗେହଲଟ ଓ ପାଇଲଟ କ୍ଷମତା ଲଢ଼େଇ ଜୋର୍‌ ଧରିଛି। ଜନସଂଘର୍ଷ ଯାତ୍ରା ନାମରେ ପାଇଲଟ ଗେହଲଟଙ୍କ ଉପରେ ଚାପ ପକାଉଛନ୍ତି। ଦୁର୍ନୀତିର ଉଚ୍ଚସ୍ତରୀୟ ତଦନ୍ତ ସହ ରାଜସ୍ଥାନ ପବ୍ଲିକ୍‌ ସର୍ଭିସ କମିଶନ (ଆର୍‌ପିଏସ୍‌ସି)କୁ ରଦ୍ଦ କରିବା ଏବଂ ପେପର ଲିକ୍‌ କାରଣରୁ ସରକାରୀ ନିଯୁକ୍ତି ପରୀକ୍ଷା ବାତିଲ ହେବାରୁ ଯେଉଁମାନେ କ୍ଷତିଗ୍ରସ୍ତ ହେଲେ ସେମାନଙ୍କୁ କ୍ଷତିପୂରଣ ଦେବା ଲାଗି ପାଇଲଟ ଦାବି କରିଛନ୍ତି। ଗତ ମାସରେ ମଧ୍ୟ ପାଇଲଟ ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଗୋଟିଏ ଦିନ ଅନଶନରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?