ପିଣ୍ଟୁଙ୍କ ଘରେ ଲଟ୍‌କା ଜାରି କଲା ପୋଲିସ

ଛେଣ୍ଡିପଦା,୯।୧୨(ସ୍ବ.ପ୍ର.)  ଛେଣ୍ଡିପଦା ଥାନା ଶିମିଳିପାଳ ପଞ୍ଚାୟତ ସାପୋଇନାଳି ଗ୍ରାମର ଚିତ୍ତରଞ୍ଜନ ସାହୁ ଓରଫ ପିଣ୍ଟୁଙ୍କ ଘର କାନ୍ଥରେ ପୋଲିସ ୫ ଜଣଙ୍କ ନାମରେ ଲଟ୍‌କା ଜାରି କରିଛି। ଘଟଣାରୁ ଜଣାପଡ଼ିଛି, ବେଆଇନ ଗଞ୍ଜେଇ କାରବାର ଅଭିଯୋଗରେ ଗତ ନଭେମ୍ବର ୨୬ରେ ପୋଲିସ ପିଣ୍ଟୁଙ୍କ ସାପୋଇନାଳିସ୍ଥିତ ଘରେ ଚଢାଉ କରିଥିଲା। ଚଢାଉ ବେଳେ ଘରୁ ନଗଦ ୨୦ ଲକ୍ଷ ୫୦ ହଜାର ଟଙ୍କା, ୧୨ରୁ ଊର୍ଦ୍ଧ୍ୱ ବ୍ୟାଙ୍କ ପାସ୍‌ବୁକ ଓ ୧୫ରୁ ଅଧିକ ଜମିପଟ୍ଟା, ଦାମୀକାର, ଟ୍ରାକ୍ଟର, ଧାନ ଅମଳ ଯନ୍ତ୍ର, ଲଙ୍ଗଳ, ମିନି ଟ୍ରକ୍‌, ବିପୁଳ ଶାଳ, ଶାଗୁଆନ କାଠ ଜବତ କରି ତଦନ୍ତ ଚଳାଇଥିଲା। ପିଣ୍ଟୁଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତି ୨ କୋଟି ୩ ଲକ୍ଷ ୪୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ପୋଲିସ କହିଥିଲା। ଏ ନେଇ କୋଲକାତାଠାରେ ଥିବା ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର କମ୍ପିଟାଣ୍ଟ ଅଥରିଟ ଆଣ୍ଡ ଆଡମିନିଷ୍ଟ୍ରେଟରଙ୍କୁ ଛେଣ୍ଡିପଦା ପୋଲିସ ଅବଗତ କରିଥିଲା। ଏହାପରେ କର୍ତ୍ତୃପକ୍ଷଙ୍କ ଚିଠି ଅନୁଯାୟୀ ଛେଣ୍ଡିପଦା ଥାନ ଅଧିକାରୀ ଧୀରେନ କୁମାର ବେହେରାଙ୍କ ସମେତ ପୋଲିସ କର୍ମଚାରୀମାନେ ବୁଧବାର ପିଣ୍ଟୁଙ୍କ ବାସଭବନରେ ପହଞ୍ଚି ଲଟ୍‌କା ଜାରି କରିଥିଲେ। ଆସନ୍ତା ୧୬ ତାରିଖରେ କୋଲକାତା କାର୍ଯ୍ୟାଳୟରେ ଉପସ୍ଥିତ ରହି ପକ୍ଷ ଦେଇପାରିବେ ନଚେତ ୧୭ ତାରିଖ ଶୁକ୍ରବାର ମଧ୍ୟାହ୍ନରେ ୧୨ଟାରେ ଛେଣ୍ଡିପଦା ଥାନାରେ ଉପସ୍ଥିତ ରହି ଭିଡିଓ କନଫରେନ୍ସିଂ ମାଧ୍ୟମରେ ନିଜର ପକ୍ଷ ରଖିପାରିବେ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri