ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା ଯୋଜନାରେ ବିଛା ଯାଇଥିବା ପାଣି ପାଇପ୍‌ ଫାଟି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ପ୍ରଶାସନର ଦୃଷ୍ଟି ପଡୁନାହିଁ। ଫଳରେ ପାଣି ଭାସି ଯାଉଥିବାବେଳେ ଉକ୍ତ ସ୍ଥାନରେ ପାଣି ପ୍ରଦୂଷିତ ହେବା ଆଶଙ୍କା ରହୁଛି।

ଏପଟେ ବ୍ୟାପକ ଧୂଳି ପ୍ରଦୂଷଣ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ୁଥିବା ବେଳେ ଯାତାୟାତ ବିପଦପୂର୍ଣ୍ଣ ହୋଇପଡ଼ିଛି। ସେପଟେ ପାଣି ପାଇପ ଫାଟି ପାଣି ବହି ଯାଉଛି। ଫଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ସ୍ଥାନୀୟ ଗ୍ରାମବାସୀ ପଙ୍କଜ ବାରିକ କହିଛନ୍ତି। ଉକ୍ତ ଗ୍ରାମରେ ନଳକୂପ ନାହିଁ କି କୌଣସି ପାଣି ସୁବିଧା ମଧ୍ୟ ନାହିଁ। ଫଳରେ ଏଭଳି ପାଣି ବହି ଯାଉଥିବାରୁ ଗ୍ରାମକୁ ପାଣି ପହଞ୍ଚି ପାରୁନାହିଁ, ଲୋକମାନେ ବହୁ ଦୁର୍ଦ୍ଦଶା ଭୋଗୁଥିବା କହିଛନ୍ତି।

ଗତ ସରକାରଙ୍କ ତରଫରୁ ବସୁଧା ଯୋଜନାରେ ପାଇପ୍‌ ପାଣି ହିଁ ଲୋକଙ୍କ ପାଇଁ ବହୁ ବଡ଼ ସାହାରା ହେଇଥିଲା। ଏଣୁ ତୁରନ୍ତ ଖରାଦିନ ପୂର୍ବରୁ ପାଣି ପାଇପ୍‌ ସଜାଡ଼ିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ଏପଟେ ଖଣିରୁ ନିର୍ଗତ ଧୂଳିଧୂଆଁ ଖାଇ ଅନେକ ରୋଗରେ ପଡ଼ୁଛନ୍ତି। ଫଳରେ ବହୁ ଗରିବ ପରିବାର ପାଣି ଭଳି ମୌଳିକ ସୁବିଧା ପାଉ ନ ଥିବାରୁ ନର୍କ ଯନ୍ତ୍ରଣା ଭୋଗୁଛନ୍ତି। ଖଣି ସଂସ୍ଥାଗୁଡ଼ିକ ପାରିପାର୍ଶ୍ୱିକ ଉନ୍ନୟନ କାର୍ଯ୍ୟକ୍ରମ ଓ ପ୍ରଶାସନର ଜନ କଲ୍ୟାଣ କାର୍ଯ୍ୟକ୍ରମ ଗ୍ରାମରେ ଅପହଞ୍ଚ ହୋଇପଡ଼ିଛି। ପ୍ରଶାସନ କିମ୍ବା ଖଣି କମ୍ପାନୀମାନେ ଉକ୍ତ ଅଞ୍ଚଳର ମୌଳିକ ସମସ୍ୟା ସମାଧାନ କରିବାକୁ ପଦକ୍ଷେପ ନେଉ ନ ଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ କରିବାକୁ ଦାବି କରିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri