ସମ୍ପୂର୍ଣ୍ଣ ହେଉନି ପାଇପ୍‌ ସଂଯୋଗ

ବଇଣ୍ଡା,୬।୬(ଡି.ଏନ.ଏ.) ୪ ବର୍ଷ ହେଲା ସାହିରେ ପାଇପ୍‌ ବିଛାଯିବା ସହ ଷ୍ଟାଣ୍ଡପୋଷ୍ଟ ନିର୍ମାଣ କରାଯାଇଛି। ଏପରି କି ବହୁ ଘରକୁ ପାଇପ୍‌ ସଂଯୋଗ ଦିଆଯାଇଛି। ହେଲେ ପ୍ରଶାସନର ତଦାରଖ ଅଭାବରୁ କାମ ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ଫଳରେ ଦୀର୍ଘବର୍ଷ ହେଲା ଅନୁଗୋଳ ଜିଲା ଆଠମଲ୍ଲିକ ଏନ୍‌ଏସିର ୨ ନମ୍ବର ୱାର୍ଡବାସୀ ପାଇପ୍‌ ପାଣିରୁ ବଞ୍ଚିତ ରହିଛନ୍ତି।
ଏହି ୱାର୍ଡରେ ଥିବା ହରିଡାନାଳି ଓ କାଠପେଣ୍ଠ ସାହିରେ ୨୨୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଛନ୍ତି। ପାନୀୟ ଜଳର ବ୍ୟବସ୍ଥା ପାଇଁ ଏଠାରେ ୬ଟି ନଳକୂଅ ଓ ଖୋଲା କୂଅ ରହିଛି। କିନ୍ତୁ ପ୍ରତିବର୍ଷ ଗ୍ରୀଷ୍ମ ଋତୁରେ ଜଳସ୍ତର ହ୍ରାସ କାରଣରୁ ନଳକୂଅଗୁଡ଼ିକରୁ ଆବଶ୍ୟକ ମୁତାବକ ପାଣି ମିଳିପାରୁ ନାହିଁ। ରାଜ୍ୟ ସରକାର ପାଇପ୍‌ ପାଣି ଯୋଗାଣ ଉପରେ ଗୁରୁତ୍ୱ ଦେଉଥିବା ବେଳେ ଏହି ଓ୍ବାର୍ଡକୁ ପାଇପ୍‌ ସଂଯୋଗ କରିବାକୁ ୨୦୧୮ରୁ କାର୍ଯ୍ୟ ଆରମ୍ଭ ହୋଇଥିଲା। ବହୁ ସ୍ଥାନରେ ପାଇପ୍‌ ବିଛାଯାଇଥିବା ବେଳେ କେତେକ ସ୍ଥାନରେ ଷ୍ଟାଣ୍ଡପୋଷ୍ଟ ନିର୍ମାଣ କରାଯାଇଛି। ହେଲେ ୪ ବର୍ଷ ହେଲା କାର୍ଯ୍ୟ ଶେଷ ହୋଇପାରୁ ନାହିଁ। ଫଳରେ ନିକଟରେ ଥିବା ଅନ୍ୟ ଓ୍ବାର୍ଡବାସୀ ପାଇପ୍‌ ପାଣିର ସୁବିଧା ପାଇପାରୁଥିବା ବେଳେ ୨ ନଂ. ଓ୍ବାର୍ଡବାସୀ ନୂଳକୂଅ ଓ ଖୋଲା କୂଅ ଉପରେ ନିର୍ଭର କରୁଛନ୍ତି। ଏ ନେଇ ୱାର୍ଡବାସୀ ୧ ଫେବୃୟାରୀ ୨୦୨୧ ଓ ୫ ଏପ୍ରିଲ ୨୦୨୨ରେ ଆଠମଲ୍ଲିକ ଉପଜିଲାପାଳ, ଆଠମଲ୍ଲିକ ଏନ୍‌ଏସି କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ହେଲେ ସମସ୍ୟାର ସମାଧାନ ଦିଗରେ ପ୍ରଶାସନ ପକ୍ଷରୁ ସେପରି ଆଗ୍ରହ ପ୍ରକାଶ ପାଉ ନ ଥିବା ଓ୍ବାର୍ଡବାସୀ ଅଭିଯୋଗ କରିଛନ୍ତି। ଓ୍ବାର୍ଡରେ ଥିବା ହରିଡାନାଳି ସାହି ଆଦିବାସୀ ବହୁଳ ଅଞ୍ଚଳ ହୋଇଥିଲେ ମଧ୍ୟ ପ୍ରଶାସନ ପାଇପ୍‌ ପାଣି ବ୍ୟବସ୍ଥା କରୁ ନ ଥିବା ଯୋଗୁ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ କାମ ସମ୍ପୂର୍ଣ୍ଣ ସହ ପାଣି ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?