ପୁଣି ବାଦାମବାଡ଼ି ରାସ୍ତାରେ ଭୂତଳ ପାଇପ୍‌ ଫାଟିଲା

କଟକ ଅଫିସ,୧୧ା୧୦: କଟକ ବାଦାମବାଡି ଟ୍ରାଫିକ ଛକରେ ରବିବାର ଅପରାହ୍ନରେ ପୁଣିଥରେ ଭୂତଳ ପାଣି ପାଇପ ଫାଟିଥିଲା। ଏଥିଯୋଗୁ ସେଠାରେ ବିରାଟ ଗର୍ତ୍ତ ସୃଷ୍ଟି ହେବା ସହ ପ୍ରାୟ ୧୫ ଫୁଟ ଉଚ୍ଚକୁ ପାଣି ଉଠୁଥିବା ଦେଖିବାକୁ ମିଳିଥିଲା। ଜନଗହଳିପୂର୍ଣ୍ଣ ରାସ୍ତାରେ ଏଭଳି ଘଟଣା ଲୋକଙ୍କୁ ଚକିତ କରିଥିଲା। ରାସ୍ତାରେ ଯାତାୟାତ କରୁଥିବା ଲୋକେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପରେ ଉକ୍ତ ପାଇପକୁ ସଂଯୋଗ କରିଥିବା ପାଣି ଲାଇନକୁ ବନ୍ଦ କରି ଦିଆଯାଇଥିଲା। ଦୀର୍ଘ ସମୟ ଧରି ପାଣି ବାହାରି ବାଦାମବାଡ଼ି ଭଳି ଜନଗହଳିପୂର୍ଣ୍ଣ ରାସ୍ତାରେ ଟ୍ରାଫିକ ଜାମ୍‌ ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଦେଖା ମିଳି ନ ଥିଲା। କଟକ ମହାନଗର ନିଗମ (ସିଏମ୍‌ସି), ଜନସ୍ବାସ୍ଥ୍ୟ ବିଭାଗ ଓ ଜାଇକା ବିଭାଗର ଅଧିକାରୀଙ୍କ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ବାରମ୍ବାର ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ସାଧାରଣରେ ଚର୍ଚ୍ଚା ହେଉଛି। ସହରରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅମୃତ ଯୋଜନାରେ ବିଛା ଯାଇଥିବା ପାଇପ ଅତ୍ୟନ୍ତ ନିମ୍ନମାନର ଯୋଗୁ ପାଣି ପ୍ରେସର ସହ୍ୟ ନ କରିପାରି ତାହା ଫାଟି ଯାଉଥିବା ସ୍ଥାନୀୟଲୋକ କହିଛନ୍ତି। ସୂଚନାଯୋଗ୍ୟ, ଗତ ବୁଧବାର ରାଜାବଗିଚାସ୍ଥିତ ସିଟି କଲେଜ ସମ୍ମୁଖ ରିଂ ରୋଡ୍‌ରେ ପାଣି ପାଇପ ଫାଟି ପାଣିର ଫୁଆରା ସୃଷ୍ଟି କରିଥିଲା।
ସହରବାସୀଙ୍କୁ ପୂର୍ବରୁ ପାନୀୟ ଜଳ ଯୋଗାଇ ଦିଆଯାଉଥିଲା। ହେଲେ ସେଥିରେ ଲୌହଗୁଣ୍ଡ ଆସୁଥିବାରୁ ତାହା ପିଇବା ଅନୁପଯୋଗୀ ହୋଇପଡିଥିଲା। ଏ ନେଇ ସହରବାସୀ ଅଭିଯୋଗ କରିବା ପରେ ସରକାରଙ୍କ ପକ୍ଷରୁ ଅମୃତ ଯୋଜନା ଆରମ୍ଭ ହୋଇଥିଲା। ତଦନୁଯାୟୀ ୨୦୧୫-୧୬ରୁ ବିଭିନ୍ନ ସ୍ଥାନରେ ପାଣି ପାଇପ ବିଛାଇବା କାର୍ଯ୍ୟ ଆରମ୍ଭ ହୋଇଥିଲା। ନଦୀରୁ ପାଣି ଆଣି ସିଡିଏସ୍ଥିତ ଟ୍ରିଟମେଣ୍ଟ ପ୍ଲାଣ୍ଟରେ ବିଶୋଧନ କରାଯାଇ ଲୋକଙ୍କୁ ୨୪ ଘଣ୍ଟା ଜଳ ଯୋଗାଇବା ପାଇଁ ଏହାର ଉଦ୍ଦେଶ୍ୟ ରହିଥିଲା। ନଦୀ ଜଳ ବିଶୋଧନ ପାଇଁ ନିର୍ମାଣ ହୋଇଥିବା ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାବେଳେ ବର୍ତ୍ତମାନ ସହରରେ ବିଛା ଯାଇଥିବା ପାଇପଲାଇନ ଟେଷ୍ଟିଂ କାର୍ଯ୍ୟ ଚାଲିଛି। ଏହି ସମୟରେ ବାଦାମବାଡି ରାସ୍ତାରେ ପାଇପ ଫାଟିଥିବା ଦେଖିବାକୁ ମିଳିଥିଲା।
ଏ ସମ୍ପର୍କରେ ୱାଟ୍‌କୋର ଜେନେରାଲ ମ୍ୟାନେଜର ଦେବବ୍ରତ ମହାନ୍ତି କହିଛନ୍ତି, ଗତଥରଠାରୁ ଏଥର କମ୍‌ ପ୍ରେସରରେ ପାଣି ଛଡାଯାଇଥିଲା। ଏହି ଗୋଟିଏ ଟେଷ୍ଟିଂ ପରେ ପୂଜା ପାଇଁ ସମସ୍ତ ଟେଷ୍ଟିଂ ବନ୍ଦ ରହିଥାନ୍ତା। ହେଲେ ଟେଷ୍ଟ ନ କଲେ କେଉଁଠି ପାଇପରେ ସମସ୍ୟା ରହିଛି ତାହା ଜାଣି ହେବନାହିଁ। ପାଇପ ଫାଟିବା ସମ୍ପର୍କରେ ଜାଣିବା ପରେ ତୁରନ୍ତ ଉକ୍ତ ସ୍ଥାନରେ ମରାମତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri