ଆଜିଠୁ ଆରମ୍ଭ ପିପିଲି ଉପନିର୍ବାଚନ ପ୍ରଚାର

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ୩୦ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ। ପ୍ରଚାର ପୂର୍ବରୁ ସବୁ ଦଳ କର୍ମୀ ସମ୍ମିଳନୀ ଉପରେ ଜୋର୍‌ ଦେଇଛନ୍ତି। ସୋମବାରଠାରୁ ପ୍ରଚାର ପାଇଁ ୭ ଦିନ ମିଳିବ। ରୋଡ ଶୋ’, ସାଇକେଲ ଶୋଭାଯାତ୍ରା, ମୋଟର ସାଇକେଲ ରାଲିକୁ ଅନୁମତି ଦିଆଯାଇ ନାହିଁ। ୨୦୦ ଜଣ ଲୋକଙ୍କ ମଧ୍ୟରେ ଇନ୍‌ଡୋର ସଭା ଏବଂ ଖୋଲା ପଡିଆରେ ୧୦୦୦ ଜଣଙ୍କ ମଧ୍ୟରେ ପ୍ରଚାର ସଭା ଆୟୋଜନ କରିହେବ। ଇତିମଧ୍ୟରେ ୩ ଟି ପ୍ରମୁଖ ଦଳ ପକ୍ଷରୁ କରୋନା ନିୟମାବଳୀକୁ ଦୃଷ୍ଟିରେ ୨୦ ଜଣ ତରକା ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ, ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ସୁଶାନ୍ତ ସିଂହ ଓ ତୁଷାରକାନ୍ତୀ ବେହେରା ଆଦି ପ୍ରମୁଖ ବିଜେଡି ଦଳ ତରକା ପ୍ରଚାରକ ଦାୟିତ୍ୱରେ ରହିଛନ୍ତି। ଭାଜପା ଦଳରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ସଂସାଦ ଅପରାଜିତା ଷଡ଼ଙ୍ଗୀ ଓ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଆଦି ପ୍ରମୁଖ ତରକା ପ୍ରଚାରକ ରହିଛନ୍ତି। ସେହିପରି କଂଗ୍ରେସ ଦଳରେ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର, ରାଜ୍ୟ ସଭାପତି ନିରଞ୍ଜନ ପଟ୍ଟନାୟକ, ସଂସାଦ ସପ୍ତଗିରି ଉଲାକା ଆଦି ତରକା ପ୍ରଚାରକ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri