ଆଜିଠୁ ଆରମ୍ଭ ପିପିଲି ଉପନିର୍ବାଚନ ପ୍ରଚାର

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ୩୦ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ। ପ୍ରଚାର ପୂର୍ବରୁ ସବୁ ଦଳ କର୍ମୀ ସମ୍ମିଳନୀ ଉପରେ ଜୋର୍‌ ଦେଇଛନ୍ତି। ସୋମବାରଠାରୁ ପ୍ରଚାର ପାଇଁ ୭ ଦିନ ମିଳିବ। ରୋଡ ଶୋ’, ସାଇକେଲ ଶୋଭାଯାତ୍ରା, ମୋଟର ସାଇକେଲ ରାଲିକୁ ଅନୁମତି ଦିଆଯାଇ ନାହିଁ। ୨୦୦ ଜଣ ଲୋକଙ୍କ ମଧ୍ୟରେ ଇନ୍‌ଡୋର ସଭା ଏବଂ ଖୋଲା ପଡିଆରେ ୧୦୦୦ ଜଣଙ୍କ ମଧ୍ୟରେ ପ୍ରଚାର ସଭା ଆୟୋଜନ କରିହେବ। ଇତିମଧ୍ୟରେ ୩ ଟି ପ୍ରମୁଖ ଦଳ ପକ୍ଷରୁ କରୋନା ନିୟମାବଳୀକୁ ଦୃଷ୍ଟିରେ ୨୦ ଜଣ ତରକା ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ, ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ସୁଶାନ୍ତ ସିଂହ ଓ ତୁଷାରକାନ୍ତୀ ବେହେରା ଆଦି ପ୍ରମୁଖ ବିଜେଡି ଦଳ ତରକା ପ୍ରଚାରକ ଦାୟିତ୍ୱରେ ରହିଛନ୍ତି। ଭାଜପା ଦଳରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶ୍ୱେଶ୍ୱର ଟୁଡୁ, ସଂସାଦ ଅପରାଜିତା ଷଡ଼ଙ୍ଗୀ ଓ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଆଦି ପ୍ରମୁଖ ତରକା ପ୍ରଚାରକ ରହିଛନ୍ତି। ସେହିପରି କଂଗ୍ରେସ ଦଳରେ ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର, ରାଜ୍ୟ ସଭାପତି ନିରଞ୍ଜନ ପଟ୍ଟନାୟକ, ସଂସାଦ ସପ୍ତଗିରି ଉଲାକା ଆଦି ତରକା ପ୍ରଚାରକ ଦାୟିତ୍ୱ ତୁଲାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri