ପିପିଲି ଉପନିର୍ବାଚନ:ଆରମ୍ଭ ହେଲା ପ୍ରଚାର

ଭୁବନେଶ୍ୱର,୨୧।୯(ବ୍ୟୁରୋ)/ପିପିଲି:ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସୋମବାରଠାରୁ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି। ପ୍ରଚାର ପାଇଁ କେବଳ ୭ ଦିନ ସମୟ ଥିବାରୁ ରାଜନୈତିକ ଦଳଗୁଡ଼ିକ ପ୍ରଥମ ଦିନରୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। କରୋନା କଟକଣାକୁ ଦୃଷ୍ଟିରେ ରଖି ବଡ ବଡ ରାଲି ଏବଂ ସଭାସମିତି ଉପରେ କଟକଣା ଜାରି କରାଯାଇଛି। ଦଳୀୟ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକମାନେ ଘର ଘର ବୁଲି ପ୍ରଚାର ଆରମ୍ଭ କରିଛନ୍ତି। ଏଥିସହିତ ପ୍ରାର୍ଥୀମାନେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର ଚଳାଇଛନ୍ତି। ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ନିଜ ବାସସ୍ଥାନ ପାଣିଦୋଳ ଗ୍ରାମରୁ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଶାନ୍ତ ମୁଦୁଲିଙ୍କ ନେତୃତ୍ୱରେ ସେ ଘର ଘର ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ସେହିପରି ଗଣଶିକ୍ଷା ମନ୍ତ୍ରୀ ତଥା ନିମାପଡା ବିଧାୟକ ସମୀର ଦାଶ ଗୋବିନ୍ଦପୁରଠାରେ ବିଜେଡି ପ୍ରାର୍ଥୀ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି।
ଅନ୍ୟପକ୍ଷରେ ଭାଜପା ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପିପିଲି ଦାଣ୍ଡମୁକୁନ୍ଦପୁର ଗୋପାଳଜୀଉ ମନ୍ଦିରରୁ ଆଶୀର୍ବାଦ ନେଇ ନିର୍ବାଚନ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ଦାଣ୍ଡମୁକୁନ୍ଦପୁର ଏବଂ ତେଇଶିପୁରର ବିଭିନ୍ନ ଅଞ୍ଚଳକୁ ଯାଇ ଭୋଟରଙ୍କ ସହ ମିଶିଛନ୍ତି।
ମଧ୍ୟ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିଛି। ଦଳୀୟ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ସମେତ ପଞ୍ଚାନନ କାନୁନ୍‌ଗୋ, ପ୍ରସାଦ ହରିଚନ୍ଦନ, ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଦେବାଶିଷ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି। କୋଭିଡ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତର ନିର୍ବାଚନ ଆୟୋଗ ପ୍ରଚାର ପାଇଁ ଅନେକ କଟକଣା ଜାରି କରିଛନ୍ତି। କଟକଣାକୁ ଉଲ୍ଲଂଘନ କଲେ ପ୍ରାର୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ନେଇ ମଧ୍ୟ ଚେତାବନୀ ଦିଆଯାଇଛି। ନିର୍ବାଚନ ପ୍ରଚାର ଆଗାମୀ ଦିନରେ ଆହୁରି ସରଗରମ ହେବ। ବିଭିନ୍ନ ରାଜନୈତିକ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇବେ। ବିଜେଡି ପାଇଁ ଏହି ଆସନ ସମ୍ମାନର ପ୍ରଶ୍ନ ହୋଇଥିବା ବେଳେ ଭାଜପା ପିପିଲି ଆସନକୁ ଦଖଲ କରିବାକୁ ଜୋରଦାର ଉଦ୍ୟମ ଚଳାଇଛି। ସେହିପରି କଂଗ୍ରେସ ନିଜର ପୁରୁଣା ଗଡ ବଞ୍ଚାଇବାକୁ ମଧ୍ୟ ପ୍ରୟାସ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri