ପିପିଲି ଉପନିର୍ବାଚନ:ଆରମ୍ଭ ହେଲା ପ୍ରଚାର

ଭୁବନେଶ୍ୱର,୨୧।୯(ବ୍ୟୁରୋ)/ପିପିଲି:ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସୋମବାରଠାରୁ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି। ପ୍ରଚାର ପାଇଁ କେବଳ ୭ ଦିନ ସମୟ ଥିବାରୁ ରାଜନୈତିକ ଦଳଗୁଡ଼ିକ ପ୍ରଥମ ଦିନରୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। କରୋନା କଟକଣାକୁ ଦୃଷ୍ଟିରେ ରଖି ବଡ ବଡ ରାଲି ଏବଂ ସଭାସମିତି ଉପରେ କଟକଣା ଜାରି କରାଯାଇଛି। ଦଳୀୟ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକମାନେ ଘର ଘର ବୁଲି ପ୍ରଚାର ଆରମ୍ଭ କରିଛନ୍ତି। ଏଥିସହିତ ପ୍ରାର୍ଥୀମାନେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର ଚଳାଇଛନ୍ତି। ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀ ନିଜ ବାସସ୍ଥାନ ପାଣିଦୋଳ ଗ୍ରାମରୁ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରଶାନ୍ତ ମୁଦୁଲିଙ୍କ ନେତୃତ୍ୱରେ ସେ ଘର ଘର ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ସେହିପରି ଗଣଶିକ୍ଷା ମନ୍ତ୍ରୀ ତଥା ନିମାପଡା ବିଧାୟକ ସମୀର ଦାଶ ଗୋବିନ୍ଦପୁରଠାରେ ବିଜେଡି ପ୍ରାର୍ଥୀ ପାଇଁ ପ୍ରଚାର ଆରମ୍ଭ କରିଛନ୍ତି।
ଅନ୍ୟପକ୍ଷରେ ଭାଜପା ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପିପିଲି ଦାଣ୍ଡମୁକୁନ୍ଦପୁର ଗୋପାଳଜୀଉ ମନ୍ଦିରରୁ ଆଶୀର୍ବାଦ ନେଇ ନିର୍ବାଚନ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ଦାଣ୍ଡମୁକୁନ୍ଦପୁର ଏବଂ ତେଇଶିପୁରର ବିଭିନ୍ନ ଅଞ୍ଚଳକୁ ଯାଇ ଭୋଟରଙ୍କ ସହ ମିଶିଛନ୍ତି।
ମଧ୍ୟ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ କରିଛି। ଦଳୀୟ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ସମେତ ପଞ୍ଚାନନ କାନୁନ୍‌ଗୋ, ପ୍ରସାଦ ହରିଚନ୍ଦନ, ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଦେବାଶିଷ ପଟ୍ଟନାୟକ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି। କୋଭିଡ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତର ନିର୍ବାଚନ ଆୟୋଗ ପ୍ରଚାର ପାଇଁ ଅନେକ କଟକଣା ଜାରି କରିଛନ୍ତି। କଟକଣାକୁ ଉଲ୍ଲଂଘନ କଲେ ପ୍ରାର୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ନେଇ ମଧ୍ୟ ଚେତାବନୀ ଦିଆଯାଇଛି। ନିର୍ବାଚନ ପ୍ରଚାର ଆଗାମୀ ଦିନରେ ଆହୁରି ସରଗରମ ହେବ। ବିଭିନ୍ନ ରାଜନୈତିକ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇବେ। ବିଜେଡି ପାଇଁ ଏହି ଆସନ ସମ୍ମାନର ପ୍ରଶ୍ନ ହୋଇଥିବା ବେଳେ ଭାଜପା ପିପିଲି ଆସନକୁ ଦଖଲ କରିବାକୁ ଜୋରଦାର ଉଦ୍ୟମ ଚଳାଇଛି। ସେହିପରି କଂଗ୍ରେସ ନିଜର ପୁରୁଣା ଗଡ ବଞ୍ଚାଇବାକୁ ମଧ୍ୟ ପ୍ରୟାସ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri