ଦୂରଦୃଷ୍ଟି ଅଭାବରୁ ଯୋଜନା ଦିଗହରା

ଢେଙ୍କାନାଳ ଅଫିସ, ୧୧।୪ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ (ମୁକ୍ତା) ଯୋଜନାରେ ଖୋଳାଯାଇଛି ବିଶାଳକାୟ ପୋଖରୀ। ଏଥିରେ ଖର୍ଚ୍ଚ ହୋଇଛି ପ୍ରାୟ ୧୨ ଲକ୍ଷ ଟଙ୍କା। କାମ ଶେଷ ପର୍ଯ୍ୟାୟରେ। ହେଲେ ପାଣିର ଚିହ୍ନବର୍ଣ୍ଣ ନାହିଁ। ସମ୍ପୂର୍ଣ୍ଣ ଶୁଖିଲା ପଡ଼ିଛି। ସୁବିଧାରେ ମୃତଦେହ ସତ୍କାର କରିବା ଲାଗି ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌)ରୁ ୧୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି ବହୁମୁଖୀ ଶ୍ମଶାନ। ସୁଉଚ୍ଚ ପାଚେରି, ଶବଦାହ ଗୃହ, ସ୍ନାନଶୌଚାଦି ଲାଗି ଆବଶ୍ୟକ ସୁବନ୍ଦୋବସ୍ତ ରହିଛି। ବାହାରୁ ଚକ୍‌ଚକ୍‌ ଦିଶୁଥିବା ଶ୍ମଶାନର ଭିତର ପରିବେଶ କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ। ଲଟାବୁଦାରେ ଭର୍ତ୍ତି ହୋଇ ସୃଷ୍ଟି କରୁଛି ଜଙ୍ଗଲର ଭ୍ରମ। ପାଲଟିଛି ବିଷଧର ସରୀସୃପଙ୍କ ଆବାସ। କେବଳ ପୋଖରୀ କିମ୍ବା ଶ୍ମଶାନ ନୁହେଁ, ପୌରସଂସ୍ଥାର ଦୂରଦୃଷ୍ଟି ଅଭାବରୁ ଢେଙ୍କାନାଳ ପୌରାଞ୍ଚଳରେ ଏଭଳି ଅନେକ ବହୁମୁଖୀ ଯୋଜନା ଦିଗହରା ହୋଇଯାଇଛି। ରାଜକୋଷରୁ ବିପୁଳ ଅର୍ଥ ବ୍ୟୟରେ ପ୍ରକଳ୍ପ ନିର୍ମାଣ କରାଯାଉଥିଲେ ମଧ୍ୟ ତାହା ଲୋକଙ୍କ କାମରେ ଲାଗୁନାହିଁ।
କୋଭିଡ୍‌ ମହାମାରୀ ସମୟରେ ରାଜ୍ୟକୁ ଛୁଟିଥିଲା ପ୍ରବାସୀ ଶ୍ରମିକଙ୍କ ସୁଅ। ସେମାନଙ୍କୁ କାମଯୋଗାଇ ଆର୍ଥିକ ସ୍ବାବଲମ୍ବୀ କରିବା ପାଇଁ ୨୦୨୧ ଫେବୃୟାରୀ ୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଥିଲେ ମୁକ୍ତା ଯୋଜନା। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳର ଶ୍ରମିକଙ୍କୁ କାମ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଥିଲା। ତଦନୁଯାୟୀ ଢେଙ୍କାନାଳ ପୌରସଂସ୍ଥାର ୧ନଂ. ୱାର୍ଡ ଶ୍ୟାମାଚରଣପୁରର ଜଙ୍ଗଲତଳି ଅଞ୍ଚଳରେ ଖନନ କରାଯାଉଛି ଏକ ଜଳାଶୟ। ଏଥିଲାଗି ବଳି ପଡ଼ିଛି ବହୁ ମୂଲ୍ୟବାନ ଗଛ। ଇତିମଧ୍ୟରେ ପୋଖରୀ କାମ ସରିବାକୁ ବସିଲାଣି। ହେଲେ ଜଳାଶୟ ଖେଳପଡ଼ିଆର ଭ୍ରମ ସୃଷ୍ଟି କରୁଛି। ଏପରି କି ଆଗାମୀ ଦିନରେ ମଧ୍ୟ ପୋଖରୀରେ ପାଣି ରହିବନି ବୋଲି ଜଳଜଳ ହୋଇ ଦିଶିଲାଣି।
ଏ ସଂକ୍ରାନ୍ତରେ ପୌର ନିର୍ବାହୀ ଅଧିକାରୀ ଅତନୁ ସାମନ୍ତ କୁହନ୍ତି, କେବଳ ପୋଖରୀ ନିର୍ମାଣ କାର୍ଯ୍ୟକୁ ନେଇ ଅଭିଯୋଗ ଆସିଛି। ଏହାର ଅନୁଧ୍ୟାନ କରାଯିବ ପରେ କାର୍ଯ୍ୟ କରୁଥିବା ସଂସ୍ଥାକୁ ପେମେଣ୍ଟ କରାଯିବ। ସେହିପରି ସୋମବାର ଘଟଣାସ୍ଥଳ ପରିଦର୍ଶନ କରାଯିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri