କଫ ସିରପ୍‌, ନିଶାବଟିକା ଚାଲାଣ ଯୋଜନା ପଣ୍ଡ: ୪ ଗିରଫ

ବରଗଡ଼ ଅଫିସ,୨୫ା୭: ବରଗଡ଼ ଜିଲା ବରପାଲି ପୋଲିସ ହାତରେ କଫ ସିରପ୍‌, ନିଶା ବଟିକା ଚାଲାଣ ଧରାପଡ଼ିଛି। ଏଥିରେ ସମ୍ପୃକ୍ତ ୪ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଜିଲା ସୋହେଲା ଥାନା ବନାବିରା ଗ୍ରାମର ଚୂଡ଼ାମଣି ସେଠ(୪୦), ମେଲଛାମୁଣ୍ଡା ଥାନା ପେଟୁପାଲି ଗ୍ରାମର ମିତ୍ରଭାନୁ ମେହେର(୨୫), ଗାଇସିଲେଟ ଥାନା ତାଲପାଲି ଗ୍ରାମର ପ୍ରକାଶ ସାହୁ(୩୦) ଏବଂ କାହ୍ନା ସେଠ(୧୯)। ସେମାନଙ୍କ ନିକଟରୁ ୩୨୯୦ବୋତଲ ସିଲଡ୍‌ କଫ ସିରପ୍‌, ଭାଙ୍ଗିଥିବା ୭୦ ବୋତଲ କଫ ସିରପ୍‌, ୪ଟି ମୋବାଇଲ, ୨ଟି ଚାରିଚକିଆ ଗାଡ଼ି(ନଂ-ଓଡିି ୦୩ ଏନ୍‌ ୦୧୭୦, ଓଡି୦୨ ଜି ୧୪୫୭) ଏବଂ ନଗଦ ୨୧୮୦ଟଙ୍କା ଜବତ ହୋଇଛି।
ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ ଶନିବାର ଜିଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଥିଲେ, ଗିରଫ ଅଭିଯୁକ୍ତମାନେ ଶୁକ୍ରବାର ମହଦା ଛକ ପାଖରେ ଅଟକି ବରଗଡ଼, ସୋହେଲା ଏବଂ ଲୁହୁରାଚଟି ଅଞ୍ଚଳକୁ କଫ ସିରପ୍‌, ନିଶା ବଟିକା ଚାଲାଣ ପାଇଁ ଯୋଜନା କରୁଥିଲେ। ଏ ନେଇ ସୂଚନା ପାଇ ବରପାଲି ଥାନାର ଏକ ପୋଲିସ ସ୍କ୍ବାଡ୍‌ ସେଠାରେ ଅତର୍କିତ ଚଢ଼ାଉ କରି ସେମାନଙ୍କୁ ଧରିଥିଲେ। ତେବେ ଗିରଫ ଅଭିଯୁକ୍ତ ଚୂଡ଼ାମଣିଙ୍କ ବିରୋଧରେ ଜିଲାର ବିଭିନ୍ନ ଥାନାରେ ୧୨ଟି ଏବଂ କାହ୍ନାଙ୍କ ବିରୋଧରେ ପୂର୍ବରୁ ଗୋଟିଏ ମାମଲା ରହିଥିବା ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri