ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ ପଟ୍ଟାମୁଣ୍ଡାଇରେ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ନଦୀ ପୋତି ହୋଇପଡିଥିବା ବେଳେ ଏହାର ପୁନରୁଦ୍ଧାର ପାଇଁ ଜନସାଧାରଣଙ୍କ ଦାବି ଫଳରେ ଓଡ଼ିଶା ଷ୍ଟେଟ କନ୍‌ଷ୍ଟ୍ରକଶନ କମ୍ପାନୀ(ଓସିସି) ପକ୍ଷରୁ ଗୋବରୀ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରବାହିତ ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀକୁ ସଂଯୋଗ କରିବାକୁ ବର୍ଷ ବର୍ଷ ଧରି ସ୍ଥାନୀୟ ଲୋକଙ୍କ ପକ୍ଷରୁ ଦାବି ହୋଇ ଆସୁଥିଲା। ଏହାର ଗମ୍ଭୀରତା ବିଚାରକୁ ନେଇ ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପିଏଲ୍‌ଭି ପ୍ରଫୁଲ୍ଲ କୁମାର ଦାଶ, କ୍ଷୀରୋଦ ମଳିକ, ଅଶୋକ କୁମାର ବଳ ଓ ଦେବାଶିଷ ପଣ୍ଡା ପ୍ରମୁଖ ଜାତୀୟ ଆଇନ ସେବା ପ୍ରାଧିକରଣ (ନାଲସା) ନିକଟରେ ଏକ ଜନସ୍ବାର୍ଥ ସମ୍ବଳିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ବିଚାର କରି କେନ୍ଦ୍ରାପଡା ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲ୍‌ଏସ୍‌ଏ) ବିଚାରପତି ମଳୟ କୁମାର ପ୍ରଧାନ କେସ୍‌ ନଂ. ୧୦/୨୦୨୧ରେ ଏକ ମାମଲା ଦାଏର କରିଥିଲେ। ଏ ସମ୍ପର୍କରେ ପଦକ୍ଷେପ ନେବାକୁ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଗୋବରୀ ନଦୀ ଜମିକୁ ଚଞ୍ଚକତା କରି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେଇଛନ୍ତି। ଫଳରେ ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀକୁ ସଂଯୋଗ ନେଇ ସମସ୍ୟା ଦେଖାଦେଇଛି। ପଟ୍ଟାମୁଣ୍ଡାଇ ଅଞ୍ଚଳବାସୀ, ବୁଦ୍ଧିଜୀବୀ, ସାମାଜିକ କର୍ମୀଙ୍କ ମଧ୍ୟରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସରକାରୀ ଓ ଗୋବରୀ ନଦୀ ଜମିକୁ ଉଦ୍ଧାର କରିବାକୁ ଅଞ୍ଚଳବାସୀ ପ୍ରଶାସନଙ୍କୁ ନିବେଦନ କରିଛନ୍ତି।
ଚିରସ୍ରୋତା ବ୍ରାହ୍ମଣୀ ସହ ଗୋବରୀ ନଦୀ ସଂଯୋଗ ହେଲେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ପ୍ରାୟ ୨୦ କିମି ନଦୀ ଉପରେ ନିର୍ଭର କରୁଥିବା ଉଭୟପାର୍ଶ୍ୱର ଶତାଧିକ ଗଁାର ଅଧିବାସୀ ଉପକୃତ ହେବେ। ପୂର୍ବରୁ ପଟ୍ଟାମୁଣ୍ଡାଇଠାରେ ପ୍ରବାହିତ ବ୍ରାହ୍ମଣୀ ସହ ଗୋବରୀ ନଦୀରେ ସଂଯୋଗ ହୋଇଥିଲା। ଏହି ନଦୀ ଚିରସ୍ରୋତା ସହ ନୌବାଣିଜ୍ୟ ପରିବହନ ପାଇଁ ଉଦ୍ଦିଷ୍ଟ ଥିଲା। ମାତ୍ର ୬୦ ଦଶକ ପୂର୍ବରୁ କଟକ-ଚାନ୍ଦବାଲି ରାସ୍ତା ତିଆରି ହେବା ସମୟରେ ପଟ୍ଟାମୁଣ୍ଡାଇଠାରେ ବ୍ରାହ୍ମଣୀ-ଗୋବରୀ ନଦୀର ସଂଯୋଗ ପଥକୁ ପୋତି ଦିଆଯାଇଥିଲା। ଏହା ବ୍ରାହ୍ମଣୀ ବନ୍ୟା ନିରୋଧକ ଦଶ ହଜାରି ବନ୍ଧ ଭାବେ ନାମିତ ରହିଛି। ତେବେ ପଟ୍ଟାମୁଣ୍ଡାଇଠାରୁ ଗଣ୍ଡାକିଆ ପର୍ଯ୍ୟନ୍ତ ଗୋବରୀ ନଦୀ କ୍ରମଶଃ ପୋତି ଯାଇଛି। ପଟ୍ଟାମୁଣ୍ଡାଇ ଅଞ୍ଚଳର କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ବଜାର ସଂଲଗ୍ନ ବେଲତଳ, ଦକ୍ଷିଣଦିଆ, ପୋଖରିଆପଡା ପୋତା ଗୋବରୀ ନଦୀର ଦୁଇପାର୍ଶ୍ୱ ଜମିକୁ ୧୯୩୦ରେ ହୋଇଥିବା ବନ୍ଦୋବସ୍ତରେ ହେରଫେର କରି ହାତେଇ ନେଇଛନ୍ତି। ପୋତି ହୋଇ ପଡିଥିବା ଗୋବରୀ ନଦୀ ଜାତୀୟ ସମ୍ପତ୍ତି ହୋଇଥିଲେ ମଧ୍ୟ ଜମିଦାରଙ୍କ ଗୁମାସ୍ତା, ଜମିଦାରଙ୍କ ପୁଅମାନଙ୍କଠାରୁ ହାତଲେଖା ଆଣି କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ତହସିଲ କାର୍ଯ୍ୟାଳୟରୁ ଲିଜ୍‌ ନେଇ ଭୋଗ ଦଖଲ କରିବା ସହ ଜଳାଶୟକୁ ବିକ୍ରିବଟା କରିଛନ୍ତି। ଜମିଦାରଙ୍କ ହାତଲେଖା ଦେଖାଇ ତହସିଲରେ ନାମ ଦରଜ କରିଥିବା ଲୋକ ୧୯୮୪ ଚକବନ୍ଦୀରେ ନିଜ ନାମରେ ପଟ୍ଟା କରାଇ ନେବାକୁ ସକ୍ଷମ ହୋଇଛନ୍ତି। ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ତହସିଲଦାର ସବୁ ଜାଣି ମଧ୍ୟ କିପରି ଲୋକଙ୍କ ନାମରେ ରେକର୍ଡ କରିଦେଲେ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜବରଦଖଲ ଉଚ୍ଛେଦ ପାଇଁ ସ୍ଥାନୀୟ ଲୋକେ ଆଇନର ଆଶ୍ରୟ ନେବାକୁ ପଛାଇବେ ନାହିଁ ବୋଲି କହିଛନ୍ତି। ନଦୀ ପୋତି ହୋଇଯିବାରୁ ଉଭୟପାର୍ଶ୍ୱରେ ଥିବା ଶତାଧିକ ଏକର ଉର୍ବର ଚାଷଜମି ପାଣି ବିନା ପଡିଆ ପଡୁଛି। ଗୋବରୀ ନଦୀ ସମ୍ପୂର୍ଣ୍ଣ ଖନନ କରାଯାଇ ବ୍ରାହ୍ମଣୀ ସହ ସଂଯୋଗ କରାଗଲେ ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, କେନ୍ଦ୍ରାପଡ଼ା ଓ ରାଜନଗର ବ୍ଲକ ଅଞ୍ଚଳର ୫୦ ହଜାର ଚାଷୀଙ୍କ ଅର୍ଥନୈତିକ ଓ ସାମାଜିକ ଉନ୍ନତି ହେବ ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା: ବାଲିଗୁଡ଼ାରେ ପହଞ୍ଚି ବିଡିଓଙ୍କୁ ଦେଲେ ଦାବିପତ୍ର

ବାଲିଗୁଡ଼ା,୨୯।୨(ଡି.ଏନ୍‌.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତ ଦାସ ୨୦୧୯ ଜୁଲାଇ ୧୦ରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରିଥିଲେ। ତେବେ...

କଟକର ଏକମାତ୍ର କରୋନା ଆକ୍ରାନ୍ତ ଏବେ ସୁସ୍ଥ

କଟକ ଅଫିସ,୧୧।୪: କଟକର ଏକମାତ୍ର କରୋନା ଭୂତାଣୁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ରାତିରେ ଏ ନେଇ ସୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ...

ଦୂରଗାମୀ ଆଇଟିସିଏମ୍‌ କ୍ଷେପଣାସ୍ତ୍ର ପରୀକ୍ଷଣ: ୧୦୦୦ କିମି ରହିଛି ଲକ୍ଷ୍ୟଭେଦ ଦୂରତା

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୧୫ମିନିଟରେ ଦୂରଗାମୀ କ୍ଷେପଣାସ୍ତ୍ର ଆଇଟିସିଏମ୍‌ର...

ରାସ୍ତାକଡ଼ରେ ଜଙ୍ଗଲୀ ଛତୁର ପସରା

କେନ୍ଦୁଝର, ୨ା୭(ସ୍ବ.ପ୍ର.)-ଛତୁ ଖାଇବାକୁ କିଏ ନ ଭଲ ପାଏ। ବର୍ଷା ଆରମ୍ଭ ହେଲେ ସକାଳୁ ବଣଜଙ୍ଗଲରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ଯେତିକି...

ହସ୍ପିଟାଲର ଅବ୍ୟବସ୍ଥା ନେଇ ଉଦ୍‌ବେଗ ପ୍ରକାଶ କଲେ ଜୁଏଲ

କୋରାପୁଟ,୨୨ା୧୦(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲର ଅବ୍ୟବସ୍ଥା ଦେଖି ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସଂସଦୀୟ ପ୍ରତିରକ୍ଷା ସ୍ଥାୟୀ କମିଟିର...

ଯୁବ ପିଢିିଙ୍କୁ ଦିଅନ୍ତି ପରିବତ୍ତର୍ର୍ନର ବାର୍ତ୍ତା : ନୃତ୍ୟ ଓ ଅଭିନୟ କଳାରେ ପ୍ରବୀଣ ଗୁରୁ ଦାସ

  କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-ଦୀର୍ଘ ୨୦ ବର୍ଷର କଳା ସାଧନା ଭିତରେ ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢିଛନ୍ତି । ଜଣେ କଳାକାର ହେବା...

ଧିମେଇ ଚାଲିଛି ଧାନକିଣା

ସୋନପୁର,୫।୬(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରେ ମେ ୧୫ ତାରିଖରୁ ଧାନ କିଣା ଆରମ୍ଭ ହୋଇଛି। ଜୁନ୍‌ ୧୫ ତାରିଖରେ ଏହି ଅବଧି ସରିବ। ହେଲେ ମୌସୁମୀ...

ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ

ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ...

Advertisement
Archives

Model This Week