୭ ଦିନରେ ପ୍ରସ୍ତୁତ ହେବ କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ନକ୍ସା

କଟକ ଅଫିସ,୨୨ା୪: କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ପାଇଁ ଆସନ୍ତା ୭ ଦିନ ମଧ୍ୟରେ ଏକ ନକ୍ସା ପ୍ରସ୍ତୁତ ହେବ। ପରେ ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯିବ। ଉକ୍ତ ମନ୍ଦିରର ରୂପରେଖ ବଦଳିବା ସହ ସୌନ୍ଦର୍ଯ୍ୟକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ମନ୍ଦିର ପରିସର ସମ୍ପ୍ରସାରଣ କରାଯିବ। ମନ୍ଦିର ପରିସରରେ ଥିବା ପୂଜାସାମଗ୍ରୀ, ଭୋଗ ଦୋକାନ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଯୋଜନା ରହିଛି। ପରବର୍ତ୍ତୀ ସମୟରେ ଦୋକାନୀମାନଙ୍କ ପାଇଁ ସ୍ବତନ୍ତ୍ର ଷ୍ଟଲ ନିର୍ମାଣ ହେବ। ସେହିଭଳି ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଭକ୍ତମାନେ ବସିବା ପାଇଁ ଚେୟାର ଓ ପାନୀୟ ଜଳ ବ୍ୟବସ୍ଥା, ମନ୍ଦିରକୁ ପ୍ରବେଶ ଏବଂ ପ୍ରସ୍ଥାନ ନିମନ୍ତେ ସ୍ବତନ୍ତ୍ର ଦ୍ୱାର, ସୂଚନା କେନ୍ଦ୍ର, ରସିଦ୍‌ କାଉଣ୍ଟର ନିର୍ମାଣ ହେବାର ଯୋଜନା ରହିଛି।
ଏହି ପରିପ୍ରେକ୍ଷୀରେ ଗୁରୁବାର କଟକଚଣ୍ଡୀ ମନ୍ଦିର ପରିଦର୍ଶନ କରିଥିଲେ ୫-ଟି ସଚିବ ଭି.କେ. ପାଣ୍ଡିଆନ। ସକାଳୁ ମନ୍ଦିରରେ ପହଞ୍ଚି ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଏହାପରେ ମନ୍ଦିର ବେଢା ପରିକ୍ରମା କରି ଉପସ୍ଥିତ ଅଧିକାରୀମାନଙ୍କ ସହ ମନ୍ଦିର ପ୍ରକଳ୍ପ ଉନ୍ନତୀକରଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଏଥିସହ ମନ୍ଦିରର ନକ୍ସା ଦେଖିଥିଲେ। ମନ୍ଦିରର ମରାମତି, ବେଢା ମଧ୍ୟରୁ ଜଳ ନିଷ୍କାସନ, ଯାନବାହନ ରହଣିସ୍ଥଳ, ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା, ପାରିପାର୍ଶ୍ୱିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ଉପରେ ମନ୍ଦିର ପରିଚାଳନା କମିଟି ସଭ୍ୟ, ସେବାୟତ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ପାଣ୍ଡିଆନଙ୍କୁ ଅବଗତ କରାଇଥିଲେ। ୭ ଦିନ ମଧ୍ୟରେ ଉପରୋକ୍ତ ପ୍ରସ୍ତାବଗୁଡିକ ସମ୍ପର୍କରେ ସେମାନେ ଜିଲାପାଳଙ୍କୁ ଲିଖିତ ଆକାରରେ ଜଣାଇବାକୁ ପାଣ୍ଡିଆନ କହିଥିଲେ। ଲିଖିତ ପ୍ରସ୍ତାବ ପାଇବା ପରେ ଏ ସମ୍ବନ୍ଧରେ ଏକ ବୈଠକ ଡକାଯାଇ ସବିଶେଷ ଆଲୋଚନା ପୂର୍ବକ ଏକ ନକ୍ସା ପ୍ରସ୍ତୁତ କରାଯିବ। ପରେ ତାହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ପଠାଯିବ। ପାଣ୍ଡିଆନଙ୍କ ଏହି ଗସ୍ତ ସମୟରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳାଇ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ, ସିଏମ୍‌ସି ଅନନ୍ୟା ଦାସ, କଟକ ଡିସିପି ପ୍ରତୀକ ସିଂ, ମନ୍ଦିର ମୁଖ୍ୟ ପୂଜକ ମନୋଜ ପଣ୍ଡା, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝିଙ୍କ ସମେତ ଅନ୍ୟ ବିଭାଗର ଯନ୍ତ୍ରୀ ଓ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri