ଭୁବନେଶ୍ୱରରୁ ପୁଣେ ସିଧାସଳଖ ଉଡ଼ିଲା ବିମାନ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱରରୁ ପୁଣେକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ରବିବାର ଯୋଜନା ଓ ସଂଯୋଜନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରଠାରେ ଏହାର ଶୁଭାରମ୍ଭ କରିଛନ୍ତି। ଏୟାର ଏସିଆ ଏହି ସେବା ପ୍ରଦାନ କରୁଥିବାବେଳେ ପ୍ରଥମ ଦିନରେ ୧୫-୯୧୧ ନମ୍ବର ବିଶିଷ୍ଟ ବିମାନରେ ଭୁବନେଶ୍ୱରରୁ ୧୨୦ଜଣ ପୁଣେ ଯାତ୍ରା କରିଛନ୍ତି। ବିମାନଟି ଭୁବନେଶ୍ୱର ବିମାନବନ୍ଦରରୁ ଅପରାହ୍ଣ ୧ଟା ୫୦ରେ ଉଡ଼ାଣ କରି ପୁଣେଠାରେ ଅପରାହ୍ନ ୩ଟା ୫୫ରେ ପହଞ୍ଚତ୍ବ। ସେହିପରି ପୁଣେରୁ ଅପରାହ୍ନ ୪ଟା ୩୫ରେ ଉଡ଼ାଣ ଭରି ଭୁବନେଶ୍ୱରରେ ସନ୍ଧ୍ୟା ୬ଟା ୪୦ରେ ଅବତରଣ କରିବ। ଶନିବାର ବ୍ୟତୀତ ସପ୍ତାହରେ ଅନ୍ୟ ୬ ଦିନ ଏହି ବିମାନସେବା ଉପଲବ୍ଧ ରହିବ।
ଏହି ନୂତନ ବିମାନ ସେବାର ଶୁଭାରମ୍ଭ କରି ମନ୍ତ୍ରୀ କହିଲେ, ଏହା ରାଜ୍ୟର ପର୍ଯ୍ୟଟନ ଶିଳ୍ପକୁ ସମୃଦ୍ଧ କରିବ। ଏଥିସହ ରାଜ୍ୟର ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ। ଦୁଇ ସହରର ବିମାନ ଯାତ୍ରା ଆଶାୟୀମାନେ ବିଶେଷ ଉପକୃତ ହୋଇପାରିବେ ବୋଲି ମନ୍ତ୍ରୀ ମତପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ, ଏୟାର ଏସିଆ (ଇଣ୍ଡିଆ) ଲିଃର ବାଣିଜି୍ୟକ ମୁଖ୍ୟ ଅଙ୍କୁର ଗର୍ଗ, ଗ୍ରାଉଣ୍ଡ ଅପରେଶନ ମୁଖ୍ୟ ସଲିମ୍‌ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?