ଝାରସୁଗୁଡ଼ାରୁ ଚେନ୍ନାଇକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍‌ ଜେଟ୍‌ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ା ବିମାନ ବନ୍ଦରରେ ଅପରାହ୍ନ ୩ଟା ୨୦ରେ ପହଞ୍ଚତ୍ଥିଲା। ପରେ ଏହି ବିମାନ ୯୩ଜଣ ଯାତ୍ରୀଙ୍କୁ ନେଇ ଝାରସୁଗୁଡ଼ା ବିମାନ ବନ୍ଦରରୁ ୩ଟା ୫୦ରେ ଚେନ୍ନାଇ ଅଭିମୁଖେ ଯାତ୍ରା କରିଥିଲା। ଉଡାଣ ସମୟ ସାରଣୀ ମଧ୍ୟରେ ପ୍ରତିଦିନ ଏହି ବିମାନ ଅପରାହ୍ନ ୩ଟାରେ ଅବତରଣ କରିବ ଓ ସାଢେ ୩ଟାରେ ଉଡାଣ କରିବ। ପ୍ରଥମ ଦିନରେ ନିର୍ଦ୍ଦିଷ୍ଟ ସମୟର ୨୦ମିନିଟ୍‌ ବିଳମ୍ବରେ ଏହା ପହଞ୍ଚତ୍ଥିଲା ଓ ଛାଡିଥିଲା ା ଏହି ବିମାନ ସେବା ସପ୍ତାହର ପ୍ରତିଦିନ ଚାଲିବ। ଏହା ପୂର୍ବରୁ ଦେଶର ପ୍ରମୁଖ ସହର ଦିଲ୍ଲୀ, କଲିକତା, ମୁମ୍ବାଇ, ହାଇଦ୍ରାବାଦ, ବେଙ୍ଗାଲୁରୁ ଆଦି ସହରକୁ ବିମାନ ସେବା ଆରମ୍ଭ ହୋଇଥିଲା। ଆଗକୁ ଦେଶର ଅନ୍ୟାନ ସହର ସହ ଆକାଶପଥରେ ଯୋଡିବା ପାଇଁ ବିମାନ ବନ୍ଦର କର୍ତ୍ତୃପକ୍ଷ ଆଶା ରଖିଛନ୍ତି। ଏ ନେଇ ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ସେନାପତି କହିଛନ୍ତି, ଭିଏସ୍‌ଏସ୍‌ ବିମାନ ବନ୍ଦରରୁ ଚେନ୍ନାଇକୁ ବିମାନ ସେବା ଆରମ୍ଭ ହେବା ପରେ ବିଶେଷ ଭାବେ ପଶ୍ଚିମ ଓଡିଶାର ୧୦ଜିଲା ସହିତ ଛତିଶଗଡ ଓ ଝାଡଖଣ୍ଡ ଆଦି ରାଜ୍ୟର ଲୋକେ ଉପକୃତ ହେବେ। ପର୍ଯ୍ୟଟନର ବିକାଶ ସାଙ୍ଗକୁ ହୋଟେଲ ବ୍ୟବସାୟ, ଟ୍ୟାକ୍ସି ପରିବହନ ସେବା କ୍ଷେତ୍ରରେ ଅଭିବୃଦ୍ଧି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?