ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୩ା୧(ଡି.ଏନ୍‌.ଏ.): ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ ଏମ୍‌ପି ଜୁଏଲ ଓରାମ, କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ତଳସରା ବିଧାୟକ ଭବାନୀ ଭୋଇ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, ଜିଲାପାଳ ସରୋଜ ସାମଲ, ଏସ୍‌ପି ବିକାଶ ଚନ୍ଦ୍ର ଦାସ ଓ ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ସେନାପତି ପ୍ରମୁଖ ଉପସ୍ଥିତ ଥିଲେ ା ସ୍ପାଇସ୍‌ ଜେଟ୍‌ ଏୟାରଲାଇନ୍ସ ତରଫରୁ ଏହି ବିମାନସେବା ଆରମ୍ଭ ହୋଇଛ। ଏହା ସପ୍ତାହର ମଙ୍ଗଳବାର, ଗୁରୁବାର, ଶନିବାର ଓ ରବିବାର ଚାଲିବ ବୋଲି ଜଣାପଡିଛି। ପ୍ରଥମ ଦିନରେ ଝାରସୁଗୁଡାରୁ ୧୬୩ ଯାତ୍ରୀଙ୍କୁ ଧରି ବିମାନଟି ବେଙ୍ଗାଲୁରୁ ଅଭିମୁଖେ ଯାଇଥିଲା। ସେହିଭଳି ବେଙ୍ଗାଲୁରୁରୁ ୧୦୭ ଯାତ୍ରୀଙ୍କୁ ଧରି ଝାରସୁଗୁଡାରେ ପହଞ୍ଚତ୍ଥିଲା ା ଅନୁରୂପ ଭାବେ ଝାରସୁଗୁଡାରୁ ବିମାନଟି ୯୪ ଯାତ୍ରୀଙ୍କୁ ଧରି ମୁମ୍ବାଇ ଅଭିମୁଖେ ବାହାରିଥିଲା। ସେହିଭଳି ମୁମ୍ବାଇରୁ ୭୩ ଯାତ୍ରୀଙ୍କୁ ଧରି ଝାରସୁଗୁଡାରେ ପହଞ୍ଚତ୍ଥିଲା। ଏହା ପୂର୍ବରୁ ଝାରସୁଗୁଡା ବିମାନ ବନ୍ଦରରୁ କଲିକତା, ଦିଲ୍ଲୀ, ରାୟପୁର ଓ ଭୁବନେଶ୍ୱର ସହରକୁ ବିମାନସେବା ଆରମ୍ଭ ହୋଇଥିଲା। ଏହା ଦ୍ୱାରା ଦେଶ ଓ ରାଜ୍ୟର ଆର୍ଥତ୍କ ଅଭିବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri