ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ, କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ତଳସରା ବିଧାୟକ ଭବାନୀ ଭୋଇ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, ଜିଲାପାଳ ସରୋଜ ସାମଲ, ଏସ୍‌ପି ବିକାଶ ଚନ୍ଦ୍ର ଦାସ ଓ ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ସେନାପତି ପ୍ରମୁଖ ଉପସ୍ଥିତ ଥିଲେ । ସ୍ପାଇସ୍‌ ଜେଟ୍‌ ଏୟାରଲାଇନ୍ସ ପକ୍ଷରୁ ଏହି ବିମାନସେବା ଆରମ୍ଭ ହୋଇଛି। ଏହା ସପ୍ତାହର ମଙ୍ଗଳବାର, ଗୁରୁବାର, ଶନିବାର ଓ ରବିବାର ଚାଲିବ ବୋଲି ଜଣାପଡିଛି। ପ୍ରଥମ ଦିନରେ ଝାରସୁଗୁଡାରୁ ୧୬୩ ଯାତ୍ରୀଙ୍କୁ ଧରି ବିମାନଟି ବେଙ୍ଗାଲୁରୁ ଅଭିମୁଖେ ଯାଇଥିଲା। ସେହିପରି ବେଙ୍ଗାଲୁରୁରୁ ୧୦୭ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ାରେ ପହଞ୍ଚତ୍ଥିଲା  । ଅନୁରୂପ ଭାବେ ଝାରସୁଗୁଡାରୁ ବିମାନଟି ୯୪ ଯାତ୍ରୀଙ୍କୁ ଧରି ମୁମ୍ବାଇ ଅଭିମୁଖେ ବାହାରିଥିଲା। ସେହିଭଳି ମୁମ୍ବାଇରୁ ୭୩ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ାରେ ପହଞ୍ଚତ୍ଥିଲା। ଏହା ପୂର୍ବରୁ ଝାରସୁଗୁଡା ବିମାନ ବନ୍ଦରରୁ କଲିକତା, ଦିଲ୍ଲୀ, ରାୟପୁର ଓ ଭୁବନେଶ୍ୱର ସହରକୁ ବିମାନସେବା ଆରମ୍ଭ ହୋଇଥିଲା। ଏହା ଦ୍ୱାରା ଦେଶ ଓ ରାଜ୍ୟର ଆର୍ଥତ୍କ ଅଭିବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି  ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?