ଖୁବ୍‌ଶୀଘ୍ର ଉତ୍‌କେଲା, ଜୟପୁରରୁ ବିମାନ ଉଡ଼ିବ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟର ଆଉ ୨ଟି ଏୟାରଷ୍ଟ୍ରିପ୍‌ ଭବାନୀପାଟଣା ନିକଟସ୍ଥ ଉତ୍‌କେଲା ଓ ଜୟପୁରରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ ହେବ। ଏହି ଦୁଇଟି ବିମାନବନ୍ଦରକୁ କେନ୍ଦ୍ର ସରକାରଙ୍କ ଉଡାନ ସ୍କିମ୍‌ ସହାୟତାରେ ବିକଶିତ କରାଯାଉଛି। ଭୁବନେଶ୍ୱରରୁ ଉତ୍‌କେଲା, ଉତ୍‌କେଲାରୁ ଜୟପୁର, ଭୁବନେଶ୍ୱରରୁ ଜୟପୁର ଏବଂ ଜୟପୁରରୁ ଉତ୍‌କେଲାକୁ ବିମାନ ଚଳାଚଳ କରିବ। ଏ ନେଇ ଉଡାନ ଯୋଜନାରେ ଟେଣ୍ଡର ଆହ୍ବାନ କରାଯାଇଛି। ଶନିବାର ଖାରବେଳ ଭବନଠାରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଉଷା ପାଢ଼ୀ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ସଚିବ ମଧୁସୂଦନ ପାଢ଼ୀ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କ ସହିତ ଏ ନେଇ ବିସ୍ତୃତ ଆଲୋଚନା କରିଛନ୍ତି। ରାଜ୍ୟର ପୁରୀ, ରାଉରକେଲା, ଭବାନୀପାଟଣା ଏବଂ ଜୟପୁର ବିମାନବନ୍ଦର ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି। ଆସନ୍ତା କିଛି ମାସ ମଧ୍ୟରେ ଏହି ଏୟାରଷ୍ଟ୍ରିପ୍‌ଗୁଡ଼ିକରୁ ବିମାନ ଚଳାଚଳ କରିବ ବୋଲି ଉଷା ପାଢ଼ୀ କହିଛନ୍ତି। ରାଜ୍ୟରେ ରାଉରକେଲା, ଉତ୍‌କେଲା ଓ ଜୟପୁର ଛୋଟ ବିମାନବନ୍ଦର ରହିଛି। ଉତ୍‌କେଲା ଓ ଜୟପୁରକୁ ଉଡାନ ଯୋଜନାରେ ସାମିଲ କରାଯାଇଥିବାବେଳେ ରାଉରକେଲା ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷ(ଏଏଆଇ)ଙ୍କ ଦ୍ୱାରା ଏହା ପରିଚାଳିତ ହେଉଛି। ରାଉରକେଲା ଏବଂ ଜୟପୁର ବିମାନ ବନ୍ଦର ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri