କେନ୍ଦ୍ରମନ୍ତ୍ରୀଙ୍କ ନାଁ ନ ଥିବାରୁ ଭାଙ୍ଗିଲେ ଫଳକ

ସଜନାଗଡ଼, ୮ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ମେଡିକାଲ ପରିସରରେ ୪ଟି କ୍ୟାବିନ୍‌ ନିର୍ମାଣ କରାଯାଇଥିଲା। ବୁଧବାର ପୂର୍ବାହ୍ନରେ ଏହି କ୍ୟାବିନ୍‌ ଗୃହ ଉଦ୍‌ଘାଟନ ଲାଗି ସ୍ଥିର କରାଯାଇଥିଲା। ଉଦ୍‌ଘାଟକ ଭାବେ ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ନୀଳଗିରି ଟ୍ରକ୍‌ ମାଲିକ ସଂଘ ସଭାପତି ସୁରଞ୍ଜନ ମହାପାତ୍ର, ସମ୍ପାଦକ ଶାନ୍ତନୁ କୁମାର ବିଶ୍ୱାଳ ଓ ସଂଘ ଉପଦେଷ୍ଟା ତଥା ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଉପସ୍ଥିତ ଥିଲେ। ବିଧାୟକ ନାୟକ ଉଦ୍‌ଘାଟନ କରି ଯିବା ପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମର୍ଥକମାନେ ଫଳକରେ କେନ୍ଦ୍ରମନ୍ତ୍ରୀଙ୍କ ନାଁ ନ ଥିବା ନେଇ ଏସ୍‌ଡିଏମ୍‌ଓ ଡା. ଅଜୟ କୃଷ୍ଣ ସାମଲଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ସମ୍ପୃକ୍ତ ସମର୍ଥକମାନେ ସୂଚନା ଫଳକକୁ ଭାଙ୍ଗି ଦେଇଥିଲେ। ଫଳକ ଭଙ୍ଗା ଘଟଣାକୁ ନେଇ ଟ୍ରକ୍‌ ମାଲିକ ସଂଘ ସମ୍ପାଦକ ଶାନ୍ତନୁ କୁମାର ବିଶ୍ୱାଳ ଏବଂ ମେଡିକାଲ ପକ୍ଷରୁ ଏକ ମାମଲା(ନଂ.୧୧୦/୨୧) ରୁଜୁ କରାଯାଇଛି। ତବେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛି।
ଏ ନେଇ ଗୁରୁବାର ମେଡିକାଲ କର୍ମଚାରୀ କଳାବ୍ୟାଜ୍‌ ପରିଧାନ କରିବେ ବୋଲି ଏସ୍‌ଡିଏମ୍‌ଓ ସାମଲ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ କୁହନ୍ତି, ଟ୍ରକ୍‌ ମାଲିକ ସଂଘ ରାସ୍ତାରେ ଯାଉଥିବା ଟ୍ରକ୍‌ଗୁଡ଼ିକୁ ଅଟକାଇ ଚାନ୍ଦା ଆଦାୟ କରି ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ପରିସରରେ କ୍ୟାବିନ୍‌ ଗୃହ ନିର୍ମାଣ କରିଛି। ଯେଉଁଥିରେ ସର୍ବସାଧାରଣଙ୍କ ଅର୍ଥ ବ୍ୟବହାର ହୋଇଛି। ନିୟମ ଅନୁଯାୟୀ ଫଳକରେ ସ୍ଥାନୀୟ ବିଧାୟକ ଏବଂ ଏମ୍‌ପିଙ୍କ ନାମ ରହିବା ଆବଶ୍ୟକ ଥିବାବେଳେ ହୀନ ରାଜନୀତି ଦୃଷ୍ଟିରୁ ଉକ୍ତ ଫଳକରେ ଏମ୍‌ପିଙ୍କ ନାମ ନ ଥିବାରୁ ଜନସାଧାରଣ ଏହାକୁ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri