ଡାକ୍ତରଖାନା ଛାତରୁ ପ୍ଲାଷ୍ଟର ଖସି ମୃତ୍ୟୁ ଘଟଣା: ମୃତଦେହ ରଖି ରାସ୍ତାରୋକୋ

ବାରିପଦା ଅଫିସ,୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପିଆରଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲ ଛାତରୁ ପ୍ଲାଷ୍ଟର ଖସି ଶାମାଖୁଣ୍ଟା ବ୍ଲକ ଅଧୀନ ପୋଡାରଅସ୍ତିଆ ଗ୍ରାମର ଚକ୍ରଧର ସିଂଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ବାରିପଦା-ଉଦଳା ରାସ୍ତାର ଚିପଟଅସ୍ତିଆ ନିକଟରେ ମୃତଦେହ ରଖି ରାଜପଥ ଅବରୋଧ କରାଯାଇଛି। ଅଞ୍ଚଳର ଶତାଧିକ ମହିଳା ପୁରୁଷ ଶୁକ୍ରବାର ରାତି ୧୧ଟାରୁ ରାଜ୍ୟ ରାଜପଥକୁ ଅବରୋଧ କରି ଧାରଣାରେ ବସିବା ସହ ସ୍ବର୍ଗରଥ ଗାଡ଼ିକୁ ଅଟକ ରଖିଛନ୍ତି । ପିଆର୍‌ଏମ୍‌ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଉତ୍ତ୍ୟକ୍ତ ଲୋକେ ପ୍ରକାଶ କରିଛନ୍ତି । ଘଟଣାସ୍ଥଳରେ ଟାଉନ ପୋଲିସ ବୁଝାଶୁଝା କରିବା ପରେ ମଧ୍ୟ ଦୀର୍ଘ ୧୦ ଘଣ୍ଟା ଧରି ଉକ୍ତ ରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇପଡିଛି। ଫଳରେ ଉଦଳା ପଟୁ ବାରିପଦାକୁ ଆସୁଥିବା ଲୋକମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri