ଖସିଲା ପ୍ଲାଷ୍ଟର, ଶିଶୁ ରୋଗୀ ଅଳ୍ପକେ ବର୍ତ୍ତିଲେ

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ସହରର ଶାମଗୁଡିଆସ୍ଥିତ ନବନିର୍ମିତ ଜିଲା ମୁଖ୍ୟ ଚିକିତ୍ସାଳୟର ଛାତରୁ ଗୁରୁବାର ପ୍ଲାଷ୍ଟର ଖସିଛି। ନ୍ୟୁଟ୍ରେଶନ ରିହାବିଲିଟେଶନ ସେଣ୍ଟରରେ ଥିବା ୧୨ ଶିଶୁ ରୋଗୀ ଓ ସହାୟକମାନେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛନ୍ତି। ଶିଶୁଙ୍କୁ ଅନ୍ୟ ଏକ ରୁମ୍‌କୁ ସ୍ଥାନାନ୍ତର କରାଯାଇଛି। ପ୍ଲାଷ୍ଟର ଖସିବା କାରଣ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ତନଖି ଆରମ୍ଭ ହୋଇଛି। ସନ୍ଧ୍ୟା ପ୍ରାୟ ୬ଟାରେ ଚିକିକିତ୍ସାଳୟର ଏହି ସେଣ୍ଟରରେ ୧୨ ଶିଶୁଙ୍କ ସହ ସହାୟକମାନେ ଥିଲେ। ଏହ ସମୟରେ ଛାତରୁ ପ୍ରାୟ ୩ ଫୁଟ ଆକାରର ପ୍ଲାଷ୍ଟର ସେଣ୍ଟର ଗୃହର ମଝିରେ ଖସି ପଡିଥିଲା। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଗୃହ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ର କହିଛନ୍ତି, ଘଟଣା ଅତି ସ୍ପର୍ଶକାତର। ଏ ନେଇ ଯାଞ୍ଚ କରାଯିବା ପାଇଁ ପୂର୍ତ୍ତ ବିଭାଗକୁ ଅନୁରୋଧ ପରେ ତନଖି ଆରମ୍ଭ ହୋଇଛି। ଅପରପକ୍ଷରେ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ହୋଇଥିବାରୁ ଏପରି ଦୁର୍ଘଟଣା ବାରମ୍ବାର ଦେଖାଯାଉଛି ବୋଲି ସ୍ଥାନୀୟ ସହରରେ ଆଲୋଚନା ହେଉଛି। ଗତ ମାର୍ଚ୍ଚ ୧୫ ତାରିଖରେ ସହରର ଦ୍ୱିତୀୟ ପାଇପାସ ରୋଡର ନିର୍ମାଣାଧୀନ ସେତୁ ଗାର୍ଡ ୱାଲ ଭୁଶୁଡି ପଡିଥିଲା। ଏହାକୁ ନେଇ ଆଲୋଚନା ସରି ନ ଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ପ୍ଲାଷ୍ଟର ଖସିବା ଏକ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ସୂଚନାଯୋଗ୍ୟ ଯେ, ଏହି ୨ ପ୍ରକଳ୍ପ କାର୍ଯ୍ୟ ପୂର୍ତ୍ତ ବିଭାଗ ଅଧୀନରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri