ପଲିଥିନ ବ୍ୟାନ୍‌ ପ୍ରହସନ ପାଲଟିଛି

ଜଗତ୍‌ସିଂହପୁର,୪ା୯ (ପ୍ରମୋଦ କୁମାର ନାୟକ): ପଲିଥିନର ବହୁଳ ବ୍ୟବହାର ପରିବେଶ ଉପରେ କୁପ୍ରଭାବ ପକାଉଛି। ଏଗୁଡ଼ିକ ବର୍ଷ ବର୍ଷ ଧରି ନଷ୍ଟ ନ ହୋଇ ପଡ଼ିରହିବାରୁ ଅନେକ ସମସ୍ୟା ସୃଷ୍ଟି କରୁଛି। ତେଣୁ ପଲିଥିନ ବ୍ୟାନ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ୨୦୧୯ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଛନ୍ତି। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା ଜଗତ୍‌ସିଂହପୁର ଜିଲାରେ ପ୍ରହସନ ପାଲଟିଛି। ବିଭିନ୍ନ ଦୋକାନ, ବଜାରରେ ପଲିଥିନ୍‌ ଖୁଲମଖୁଲା ବିକ୍ରି ଚାଲିଛି। ଇତିମଧ୍ୟରେ ଉପରଠାଉରିଆ ଭାବେ କାଁ ଭାଁ ଜିଲାର ବିଭିନ୍ନ ସ୍ଥାନ ବିଶେଷକରି ଜଗତ୍‌ସିଂହପୁର ଓ ପାରାଦୀପ ପୌରାଞ୍ଚଳରେ ଚଢ଼ାଉ କରାଯାଉଛି। ମାତ୍ର ଏହା କେବଳ ଔପଚାରିକତା ପୂରଣ ପାଇଁ ବୋଲି ଅଭିଯୋଗ ହେଉଛି।
ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୩୦ରେ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି କରାଯାଇଥିଲା। ଏଥିରେ ଉଲ୍ଲେଖ ଥିଲା, ଯେଉଁ ପଲିଥିନ୍‌ଗୁଡିକ ଠିକ୍‌ ଭାବେ ନଷ୍ଟ ଅର୍ଥାତ୍‌ ଖତ ହୋଇପାରୁଛି ସେଗୁଡିକ ବ୍ୟବହାର ଉପଯୋଗୀ। ଅବଶିଷ୍ଟ ପଲିଥିନ ବ୍ୟବହାର ଉପଯୋଗୀ ନୁହେଁ। ତେଣୁ ଏହି ପଲିଥିନ୍‌ଗୁଡିକର ଉତ୍ପାଦନ ହୋଇପାରିବ ନାହିଁ। ଯଦି କେଉଁଠି ରହିଯାଇଥିବ ତେବେ ତାହା କିଣା ବିକା ହୋଇପାରିବ ନାହିଁ । ଅର୍ଥାତ୍‌ ଏହି ପଲିଥିନ ଉପରେ ଅଙ୍କୁଶ ଲଗାଗଲା। ଏପରି କି ପ୍ଲାଷ୍ଟିକ ଥାଳି, ଚାମଚ, ଗିନା, କପ୍‌, ପ୍ଲେଟ୍‌, ଗ୍ଲାସ୍‌ ଆଦି ମଧ୍ୟ ବ୍ୟବହାର ହୋଇପାରିବ ନାହିଁ । ଯେଉଁ ପଲିଥିନ୍‌ର ସ୍ଥଳତା (ଥିକ୍‌ନେସ୍‌) ୫୦ ମାଇକ୍ରୋନ୍‌ ତଳକୁ ଥିବ ତାହା ବ୍ୟବହାର ଉପଯୋଗୀ ନୁହେଁ। କେବଳ କ୍ଷୀର କିମ୍ବା ଅନ୍ୟ ଔଷଧୀୟ ସାମଗ୍ରୀ ରଖିବା ପାଇଁ ଉପଯୁକ୍ତ ମାନର ପଲିଥିନ୍‌ ବ୍ୟବହାର କରାଯାଇପାରେ। ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଥିଲେ ସୁଦ୍ଧା ଜିଲାରେ ଏହା ପାଳନ କରାଯାଉନାହିଁ। ବିଶେଷକରି ଜିଲା ମୁଖ୍ୟାଳୟ ଜଗତ୍‌ସିଂହପୁର ଓ ପାରାଦୀପ ସହରରେ ଅବାଧରେ ପଲିଥିନ ବିକ୍ରି ଚାଲିଛି। ପାନ ଦୋକାନ, ରାଶନ, ଷ୍ଟେଶନାରି ଓ ଜଳଖିଆ ଆଦି ଦୋକାନରେ ପଲିଥିନ୍‌ କାରବାର ଖୋଲାଖୋଲି ଚାଲିଛି। ଧୀରେ ଧୀରେ ପୂର୍ବପରି ପଲିଥିନ୍‌ ବ୍ୟବହାର ହେବାରେ ଲାଗିଛି। ବଡ କଥା ହେଲା ଜିଲାରେ ପଲିଥିନ୍‌ ଉତ୍ପାଦନ ହେଉନାହିଁ। କଟକରୁ ପ୍ରାୟତଃ ପଲିଥିନ୍‌ ଆସୁଛି। ଅନ୍ୟପକ୍ଷରେ ଜିଲାର ଜଗତ୍‌ସିଂହପୁର ଓ ପାରାଦୀପ ପୌର ପରିଷଦ ପକ୍ଷରୁ ପଲିଥିନ୍‌ ବନ୍ଦ ପାଇଁ ଏନ୍‌ଫୋର୍ସମେଣ୍ଟ କମିଟି ଗଠନ କରାଯାଇଥିଲା। କିନ୍ତୁ କମିଟି ପକ୍ଷରୁ ଆଶାନୁରୂପ ଚଢ଼ାଉ କରାଯାଉ ନ ଥିବାରୁ ପଲିଥିନ୍‌ ପୂର୍ବପରି ବ୍ୟବହୃତ ହେଉଛି। ଯେତେବେଳେ ଅଭିଯୋଗ ହେଉଛି, ସେତେବେଳେ ଉଭୟ ପରିଷଦ ଚେଇଁ ଉଠୁଛନ୍ତି। ଏ ସମ୍ପର୍କରେ ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହ କହିଛନ୍ତି,ପଲିଥିନ ବ୍ୟାନ କଡ଼ାକଡି ଭାବେ ପାଳନ ପାଇଁ ବିଭାଗୀୟ ପତ୍ର ହସ୍ତଗତ ହୋଇଛି। ତେଣୁ ଚଢ଼ାଉ ଜୋରଦାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?