Posted inଖେଳ

ଭାରତ ଫେରିବା ପରେ ବିଏମ୍‌ଡବ୍ଲୁ କିଣିଲେ ଏହି ଖେଳାଳି

ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଅଷ୍ଟ୍ରେଲିଆରୁ ଆସିବା ମାତ୍ରେ ବିଏମଡବ୍ଲୁ କାର କିଣଛନ୍ତି। ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଡେବ୍ୟୁ କରିଥିବା ସିରାଜ ଟିମ ଇଣ୍ଡିଆର ଐତିହାସିକ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୩ଟି ଟେଷ୍ଟରେ ସିରାଜ ତାଙ୍କ ନାମରେ ମୋଟ ୧୩ ଉଇକେଟ ନେଇଥିଲେ। ସେ ଅଷ୍ଟ୍ରେଲିଆରେ ଟିମ ଇଣ୍ଡିଆ ପାଇଁ ସର୍ବାଧିକ ଉଇକେଟ ନେଇଥିଲେ। ୨୬ବର୍ଷୀୟ ଯୁବ ବୋଲର ଏହି କାହାଣୀକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରି କହିିଛନ୍ତି। ସିରାଜଙ୍କ ପାଇଁ ଅଷ୍ଟ୍ରେଲିଆ ଗସ୍ତ ଚ୍ୟାଲେଞ୍ଜରେ ପରିପୂର୍ଣ୍ଣ ଥିଲା। ସିରିଜ୍‌ ମଧ୍ୟରେ ପିତାଙ୍କ ବାପାଙ୍କ ମୃତ୍ୟୁ ହୋଇଥିଲା। ଏହାସହ ଅଷ୍ଟ୍ରେଲିଆ ଦର୍ଶକଙ୍କଠାରୁ ଦୁର୍ବ୍ୟବହାର ଶୁଣିବାକୁ ପଡିଥିଲା। କିନ୍ତୁ କଠିନ ପରିଶ୍ରମ ଏବଂ ସ୍ବର୍ଗତ ପିତାଙ୍କ ଆଶୀର୍ବାଦ ହେତୁ ସିରାଜ ଏହି ସ୍ଥିତିରେ ପହଞ୍ଚିଛନ୍ତି। ଏମିତି ଏକ ସମୟ ଥିଲା ଯେତେବେଳେ ସିରାଜଙ୍କ ପିତା ମହମ୍ମଦ ଗୌସ ଏକ ଅଟୋ ଚଲାଇ ତାଙ୍କ ପରିବାରକୁ ପ୍ରତିପୋଷଣ କରୁଥିଲେ। କିନ୍ତୁ ଆଜି ସିରାଜ ଏକ ବିଏମ୍‌ଡବ୍ଲୁର ମାଲିକ। ସିରାଜ ନିଜ ସହରର ସ୍ଥାନୀୟ ଇଡଗା ଗ୍ରାଉଣ୍ଡରେ ଖାଲି ପାଦରେ ବୋଲିଂ କରିଥିଲେ। କିନ୍ତୁ ଆଜି ଟିମ ଇଣ୍ଡିଆର ଶ୍ରେଷ୍ଠ ବୋଲରଙ୍କ ମଧ୍ୟରେ ସିରାଜଙ୍କୁ ଗଣାଯାଉଛି। ଅଷ୍ଟ୍ରେଲିଆରୁ ହାଇଦ୍ରାବାଦକୁ ଫେରିବା ପରେ ସିରାଜ ପ୍ରଥମେ ବିଦାୟ ନେଇଥିବା ପିତାଙ୍କ ସମାଧିରେ ପହଞ୍ଚିଥିଲେ। ସେ ଏଠାକୁ ଆସିବା ପରେ ବହୁତ ଭାବପ୍ରବଣ ହୋଇଯାଇଥିଲେ। ତାଙ୍କ ପିତା ମହମ୍ମଦ ଗୌସଙ୍କ ସମାଧି ଉପରେ ଫୁଲ ରଖି ସିରାଜ ତାଙ୍କୁ ମନେ ପକାଇଥିଲେ। ଏହା ପରେ ସେ ଗଣମାଧ୍ୟମକୁ ଭେଟିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri