Posted inଖେଳ

ଭାରତ ଫେରିବା ପରେ ବିଏମ୍‌ଡବ୍ଲୁ କିଣିଲେ ଏହି ଖେଳାଳି

ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଅଷ୍ଟ୍ରେଲିଆରୁ ଆସିବା ମାତ୍ରେ ବିଏମଡବ୍ଲୁ କାର କିଣଛନ୍ତି। ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଡେବ୍ୟୁ କରିଥିବା ସିରାଜ ଟିମ ଇଣ୍ଡିଆର ଐତିହାସିକ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୩ଟି ଟେଷ୍ଟରେ ସିରାଜ ତାଙ୍କ ନାମରେ ମୋଟ ୧୩ ଉଇକେଟ ନେଇଥିଲେ। ସେ ଅଷ୍ଟ୍ରେଲିଆରେ ଟିମ ଇଣ୍ଡିଆ ପାଇଁ ସର୍ବାଧିକ ଉଇକେଟ ନେଇଥିଲେ। ୨୬ବର୍ଷୀୟ ଯୁବ ବୋଲର ଏହି କାହାଣୀକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରି କହିିଛନ୍ତି। ସିରାଜଙ୍କ ପାଇଁ ଅଷ୍ଟ୍ରେଲିଆ ଗସ୍ତ ଚ୍ୟାଲେଞ୍ଜରେ ପରିପୂର୍ଣ୍ଣ ଥିଲା। ସିରିଜ୍‌ ମଧ୍ୟରେ ପିତାଙ୍କ ବାପାଙ୍କ ମୃତ୍ୟୁ ହୋଇଥିଲା। ଏହାସହ ଅଷ୍ଟ୍ରେଲିଆ ଦର୍ଶକଙ୍କଠାରୁ ଦୁର୍ବ୍ୟବହାର ଶୁଣିବାକୁ ପଡିଥିଲା। କିନ୍ତୁ କଠିନ ପରିଶ୍ରମ ଏବଂ ସ୍ବର୍ଗତ ପିତାଙ୍କ ଆଶୀର୍ବାଦ ହେତୁ ସିରାଜ ଏହି ସ୍ଥିତିରେ ପହଞ୍ଚିଛନ୍ତି। ଏମିତି ଏକ ସମୟ ଥିଲା ଯେତେବେଳେ ସିରାଜଙ୍କ ପିତା ମହମ୍ମଦ ଗୌସ ଏକ ଅଟୋ ଚଲାଇ ତାଙ୍କ ପରିବାରକୁ ପ୍ରତିପୋଷଣ କରୁଥିଲେ। କିନ୍ତୁ ଆଜି ସିରାଜ ଏକ ବିଏମ୍‌ଡବ୍ଲୁର ମାଲିକ। ସିରାଜ ନିଜ ସହରର ସ୍ଥାନୀୟ ଇଡଗା ଗ୍ରାଉଣ୍ଡରେ ଖାଲି ପାଦରେ ବୋଲିଂ କରିଥିଲେ। କିନ୍ତୁ ଆଜି ଟିମ ଇଣ୍ଡିଆର ଶ୍ରେଷ୍ଠ ବୋଲରଙ୍କ ମଧ୍ୟରେ ସିରାଜଙ୍କୁ ଗଣାଯାଉଛି। ଅଷ୍ଟ୍ରେଲିଆରୁ ହାଇଦ୍ରାବାଦକୁ ଫେରିବା ପରେ ସିରାଜ ପ୍ରଥମେ ବିଦାୟ ନେଇଥିବା ପିତାଙ୍କ ସମାଧିରେ ପହଞ୍ଚିଥିଲେ। ସେ ଏଠାକୁ ଆସିବା ପରେ ବହୁତ ଭାବପ୍ରବଣ ହୋଇଯାଇଥିଲେ। ତାଙ୍କ ପିତା ମହମ୍ମଦ ଗୌସଙ୍କ ସମାଧି ଉପରେ ଫୁଲ ରଖି ସିରାଜ ତାଙ୍କୁ ମନେ ପକାଇଥିଲେ। ଏହା ପରେ ସେ ଗଣମାଧ୍ୟମକୁ ଭେଟିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri