Posted inଖେଳ

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି ଚମତ୍କାର ଇନିଂସ ପାଇଁ ରିୟାନ ପରାଗଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପ୍ରଦାନ କରାଯାଇଥିଲା। ଏଥି ସହିତ ବର୍ତ୍ତମାନ ରିୟାନ ପାରାଗ ଅରେଞ୍ଜ କ୍ୟାପ ଦୌଡ଼ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଶୀର୍ଷରେ ଅଛନ୍ତି ସନରାଇଜର୍ସ ହାଇଦ୍ରାବାଦର ହେନ୍‌ରିଚ କ୍ଲାସେନ। କ୍ଲାସେନ ୧୪୩ ରନ ସହ ଏକ ନମ୍ବରରେ ଅଛନ୍ତି। ରିଆନ ପରାଗ ୧୨୭ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବିରାଟ କୋହଲି ତୃତୀୟ ସ୍ଥାନକୁ ଖସି ଆସିଛନ୍ତି।
ପୂର୍ବରୁ ବିରାଟ କୋହଲି ଦ୍ୱିତୀୟ ସ୍ଥାନରେ ଥିଲେ, କିନ୍ତୁ ବର୍ତ୍ତମାନ ରିୟାନ ପରାଗ ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ପଛରେ ପକାଇ ଦେଇଛନ୍ତି। ୨ଟି ମ୍ୟାଚରେ ବିରାଟ କୋହଲି ୯୮ ରନ କରିଛନ୍ତି। ୨ଟି ମ୍ୟାଚରେ ୯୭ରନ ସହ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଚତୁର୍ଥ ସ୍ଥାନରେ ଅଛନ୍ତି। ଏଥି ସହିତ ସନରାଇଜର୍ସ ହାଇଦ୍ରାବାଦର ଅଭିଷେକ ଶର୍ମା ୯୫ ରନ ସହ ପଞ୍ଚମ ସ୍ଥାନରେ ଅଛନ୍ତି। ଏହିପରି, ଟପ-୫ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ୪ଜଣ ଭାରତୀୟ ଅଛନ୍ତି।
ପର୍ପଲ କ୍ୟାପ ଦୌଡରେ ଚେନ୍ନାଇ ସୁପର କିଙ୍ଗ୍ସର ମୁସ୍ତାଫିଜୁର ରହମାନ ପ୍ରଥମ ସ୍ଥାନରେ ରହିଛନ୍ତି ।
ଚେନ୍ନାଇ ସୁପର କିଙ୍ଗ୍ସର ମୁସ୍ତାଫିଜୁର ରହମାନ ହାରାହାରି ୨ଟି ମ୍ୟାଚରେ ୬ଟି ଉଇକେଟ ନେଇଛନ୍ତି। ଏହା ପରେ ପଞ୍ଜାବ କିଙ୍ଗ୍ସର ହରପ୍ରୀତ ବରାର, ମୁମ୍ବାଇ ଇଣ୍ଡିଆନ୍ସର ଜସପ୍ରୀତ ବୁମରା, ରାଜସ୍ଥାନ ରୟାଲ୍ସର ୟୁଜବେନ୍ଦ୍ର ଚହଲ ଏବଂ ପଞ୍ଜାବ କିଙ୍ଗର କାଗିସୋ ରାବାଡା ଯଥାକ୍ରମେ ଦ୍ୱିତୀୟ, ତୃତୀୟ, ଚତୁର୍ଥ ଏବଂ ପଞ୍ଚମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ, ଜାଣନ୍ତୁ ଭାରତର ଏହି ଖେଳାଳି ଶୀର୍ଷରେ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?