Posted inଖେଳ

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି ଚମତ୍କାର ଇନିଂସ ପାଇଁ ରିୟାନ ପରାଗଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପ୍ରଦାନ କରାଯାଇଥିଲା। ଏଥି ସହିତ ବର୍ତ୍ତମାନ ରିୟାନ ପାରାଗ ଅରେଞ୍ଜ କ୍ୟାପ ଦୌଡ଼ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଶୀର୍ଷରେ ଅଛନ୍ତି ସନରାଇଜର୍ସ ହାଇଦ୍ରାବାଦର ହେନ୍‌ରିଚ କ୍ଲାସେନ। କ୍ଲାସେନ ୧୪୩ ରନ ସହ ଏକ ନମ୍ବରରେ ଅଛନ୍ତି। ରିଆନ ପରାଗ ୧୨୭ ରନ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବିରାଟ କୋହଲି ତୃତୀୟ ସ୍ଥାନକୁ ଖସି ଆସିଛନ୍ତି।
ପୂର୍ବରୁ ବିରାଟ କୋହଲି ଦ୍ୱିତୀୟ ସ୍ଥାନରେ ଥିଲେ, କିନ୍ତୁ ବର୍ତ୍ତମାନ ରିୟାନ ପରାଗ ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ପଛରେ ପକାଇ ଦେଇଛନ୍ତି। ୨ଟି ମ୍ୟାଚରେ ବିରାଟ କୋହଲି ୯୮ ରନ କରିଛନ୍ତି। ୨ଟି ମ୍ୟାଚରେ ୯୭ରନ ସହ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଚତୁର୍ଥ ସ୍ଥାନରେ ଅଛନ୍ତି। ଏଥି ସହିତ ସନରାଇଜର୍ସ ହାଇଦ୍ରାବାଦର ଅଭିଷେକ ଶର୍ମା ୯୫ ରନ ସହ ପଞ୍ଚମ ସ୍ଥାନରେ ଅଛନ୍ତି। ଏହିପରି, ଟପ-୫ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ୪ଜଣ ଭାରତୀୟ ଅଛନ୍ତି।
ପର୍ପଲ କ୍ୟାପ ଦୌଡରେ ଚେନ୍ନାଇ ସୁପର କିଙ୍ଗ୍ସର ମୁସ୍ତାଫିଜୁର ରହମାନ ପ୍ରଥମ ସ୍ଥାନରେ ରହିଛନ୍ତି ।
ଚେନ୍ନାଇ ସୁପର କିଙ୍ଗ୍ସର ମୁସ୍ତାଫିଜୁର ରହମାନ ହାରାହାରି ୨ଟି ମ୍ୟାଚରେ ୬ଟି ଉଇକେଟ ନେଇଛନ୍ତି। ଏହା ପରେ ପଞ୍ଜାବ କିଙ୍ଗ୍ସର ହରପ୍ରୀତ ବରାର, ମୁମ୍ବାଇ ଇଣ୍ଡିଆନ୍ସର ଜସପ୍ରୀତ ବୁମରା, ରାଜସ୍ଥାନ ରୟାଲ୍ସର ୟୁଜବେନ୍ଦ୍ର ଚହଲ ଏବଂ ପଞ୍ଜାବ କିଙ୍ଗର କାଗିସୋ ରାବାଡା ଯଥାକ୍ରମେ ଦ୍ୱିତୀୟ, ତୃତୀୟ, ଚତୁର୍ଥ ଏବଂ ପଞ୍ଚମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri