Posted inଖେଳ

ଅଲମ୍ପିକ୍ସ ପୂର୍ବରୁ ବଡ ନିଷ୍ପତ୍ତି ନେଲେ ଏହି ଖେଳାଳି

ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ରେ ୩ଟି ପଦକ ଜିତିଥିବା ୨୬ ବର୍ଷୀୟ ରେସଲର୍‌ ସୋମବାର ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ସମ୍ପର୍କରେ ଟୁଇଟର ହ୍ୟାଣ୍ଡେଲରୁ ଏକ ଟୁଇଟ କରିଛନ୍ତି। ଏହା ମାଧ୍ୟମରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ସେ ସୂଚନା ଦେଇଛନ୍ତି। ଅର୍ଜୁନ ପୁରସ୍କାର ପାଇଥିବା ପୁନିଆ ଟୁଇଟ କରି କହିଛନ୍ତି, ମୁଁ ଆଜିଠାରୁ ମୋର ସମସ୍ତ ସୋସିଆଲ ମିଡିଆ ହ୍ୟାଣ୍ଡେଲ (ଆକାଉଣ୍ଟ) ବନ୍ଦ କରୁଛି। ଅଲିମ୍ପିକ୍ସ ପରେ ସମସ୍ତଙ୍କୁ ଭେଟିବି। ଆଶାକରେ ଆପଣ ଆପଣଙ୍କର ଭଲ ପାଇବା ବଜାୟ ରଖିବେ … ଜୟ ହିନ୍ଦ। ସୂଚନାଯୋଗ୍ୟ, ବଜରଙ୍ଗ ପୁନିଆ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଥିଲେ। ସେ ମଧ୍ୟ ଦେଶ ତଥା ବିଦେଶର ଅନେକ ପ୍ରସଙ୍ଗରେ ଖୋଲାଖୋଲି ଭାବରେ ନିଜର ମତ ଦେଇଥାନ୍ତି। ଅଲିମ୍ପିକ୍ସରେ ଭାରତ ପାଇଁ ପଦକ ଆଶାୟୀ ପ୍ରତିଯୋଗୀମାନଙ୍କ ମଧ୍ୟରୁ ପୁନିୟା ଅନ୍ୟତମ। ସେ ସେପ୍ଟେମ୍ବର ୨୦୧୯ରେ ହୋଇଥିବା ବିଶ୍ୱ ଚାମ୍ପିଅନସିପରେ ବ୍ରୋଞ୍ଜ ପଦକ ଜିତି ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିଥିଲେ। ଅଲିମ୍ପିକ୍ସ ୨୦୨୦ ରେ ଅନୁଷ୍ଠିତ ହେବାର ଥିଲା କିନ୍ତୁ କରୋନା ମହାମାରୀ ଯୋଗୁ ଏହାକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri