Posted inଖେଳ

ଅଲମ୍ପିକ୍ସ ପୂର୍ବରୁ ବଡ ନିଷ୍ପତ୍ତି ନେଲେ ଏହି ଖେଳାଳି

ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଭାରତର ତାରକା ରେସଲର ବଜରଙ୍ଗ ପୁନିଆ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ରେ ୩ଟି ପଦକ ଜିତିଥିବା ୨୬ ବର୍ଷୀୟ ରେସଲର୍‌ ସୋମବାର ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ସମ୍ପର୍କରେ ଟୁଇଟର ହ୍ୟାଣ୍ଡେଲରୁ ଏକ ଟୁଇଟ କରିଛନ୍ତି। ଏହା ମାଧ୍ୟମରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ ବିଷୟରେ ସେ ସୂଚନା ଦେଇଛନ୍ତି। ଅର୍ଜୁନ ପୁରସ୍କାର ପାଇଥିବା ପୁନିଆ ଟୁଇଟ କରି କହିଛନ୍ତି, ମୁଁ ଆଜିଠାରୁ ମୋର ସମସ୍ତ ସୋସିଆଲ ମିଡିଆ ହ୍ୟାଣ୍ଡେଲ (ଆକାଉଣ୍ଟ) ବନ୍ଦ କରୁଛି। ଅଲିମ୍ପିକ୍ସ ପରେ ସମସ୍ତଙ୍କୁ ଭେଟିବି। ଆଶାକରେ ଆପଣ ଆପଣଙ୍କର ଭଲ ପାଇବା ବଜାୟ ରଖିବେ … ଜୟ ହିନ୍ଦ। ସୂଚନାଯୋଗ୍ୟ, ବଜରଙ୍ଗ ପୁନିଆ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଥିଲେ। ସେ ମଧ୍ୟ ଦେଶ ତଥା ବିଦେଶର ଅନେକ ପ୍ରସଙ୍ଗରେ ଖୋଲାଖୋଲି ଭାବରେ ନିଜର ମତ ଦେଇଥାନ୍ତି। ଅଲିମ୍ପିକ୍ସରେ ଭାରତ ପାଇଁ ପଦକ ଆଶାୟୀ ପ୍ରତିଯୋଗୀମାନଙ୍କ ମଧ୍ୟରୁ ପୁନିୟା ଅନ୍ୟତମ। ସେ ସେପ୍ଟେମ୍ବର ୨୦୧୯ରେ ହୋଇଥିବା ବିଶ୍ୱ ଚାମ୍ପିଅନସିପରେ ବ୍ରୋଞ୍ଜ ପଦକ ଜିତି ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିଥିଲେ। ଅଲିମ୍ପିକ୍ସ ୨୦୨୦ ରେ ଅନୁଷ୍ଠିତ ହେବାର ଥିଲା କିନ୍ତୁ କରୋନା ମହାମାରୀ ଯୋଗୁ ଏହାକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri