Posted inଖେଳ

ପ୍ରଥମେ ପଜିଟିଭ ପରେ ନେଗେଟିଭ ଆସିଲା ଏହି ଖେଳାଳିଙ୍କ କରୋନା ରିପୋର୍ଟ

କାରଚୀ,୨୪।୬(ପି.ଟି.): ଇଂଲଣ୍ଡ ଗସ୍ତରେ ଯିବାକୁ ଥିବା ପାକିସ୍ତାନ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ହାଫିଜ୍‌ କୋଭିଡ୍‌-୧୯ ଟେଷ୍ଟରେ ନେଗେଟିଭ୍‌ ବୋଲି ଜଣାପଡିଛନ୍ତି। ତେବେ ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତାଙ୍କୁ ପଜିଟିଭ୍‌ ବୋଲି ଘୋଷଣା କରିଥିଲା। ମଙ୍ଗଳବାର ହାଫିଜ ଓ ଦ୍ରୁତ ବୋଲର ଓ୍ବାହାବ ରିୟାଜଙ୍କ ସମେତ ୧୦ଜଣ ପାକିସ୍ତାନ ଖେଳାଳି ଟେଷ୍ଟରେ ପଜିଟିଭ୍‌ ବୋଲି ଜଣାପଡିଥିଲା। ପାକିସ୍ତାନ ଦଳ ରବିବାର ଇଂଲଣ୍ଡ ଗସ୍ତରେ ଯିବ ଓ ସେଠାରେ ଗୋଟିଏ ଟେଷ୍ଟ ଓ ଟି୨୦ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି।
ସେ ଓ ତାଙ୍କ ପରିବାର ସଦସ୍ୟ ନେଗେଟିଭ୍‌ ବୋଲି ବୁଧବାର ଟୁଇଟ୍‌ କରି ହାଫିଜ୍‌ ସମସ୍ତଙ୍କୁ ଅବଗତ କରାଇଛନ୍ତି। ଏହିକ୍ରମରେ ସେ ଏକ ମେଡିକାଲ ରିପୋର୍ଟ ମଧ୍ୟ ପୋଷ୍ଟ କରିଛନ୍ତି। ପୂର୍ବରୁ ଫକାରା ଜମାନ, ଇମ୍ରାନ ଖାନ, କାସିଫ ଭଟ୍ଟି, ମହମ୍ମଦ ହାସନୈନ, ମହମ୍ମଦ ରିଜଓ୍ବାନ, ଶଦାବ ଖାନ୍‌, ହାଇଦର ଅଲି ଓ ହାରିସ ରୌଫ୍‌ ଟେଷ୍ଟରେ ପଜିଟିଭ୍‌ ବୋଲି ପିସିବି ମୁଖ୍ୟ କାର୍ଯ୍ୟନିର୍ବାହୀ ଓ୍ବାସିମ ଖାନ୍‌ ଘୋଷଣା କରିଥିଲେ। ଇଂଲଣ୍ଡରେ ପହଞ୍ଚିବା ପରେ ଖେଳାଳି ଓ ଅଫିସିଆଲଙ୍କୁ ବିଶ୍ରାମ ନେବାକୁ କୁହାଯିବ ବୋଲି ଓ୍ବାସିମ କହିଛନ୍ତି। ପ୍ରଥମ ଟେଷ୍ଟ ଖେଳିବା ପୂର୍ବରୁ ପାକିସ୍ତାନ ଦଳ ଅତିକମ୍‌ରେ ୫ଟି ପରୀକ୍ଷାର ସମ୍ମୁଖୀନ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri