Posted inଖେଳ

ଏହି ଖେଳାଳିଙ୍କ ଆଇପିଏଲ୍‌ ଖେଳିବା ସ୍ବପ୍ନ ଚୁର୍‌ମାର୍‌

ନୂଆଦିଲ୍ଲୀ,୧୨।୨: ସ୍ପଟ ଫିକ୍ସିଂ ଅଭିଯୋଗରୁ ମୁକ୍ତ ହେବା ପରେ କ୍ରିକେଟକୁ ଫେରିଥିବା ଏସ୍‌.ଶ୍ରୀସନ୍ତଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ଆଇପିଏଲର ୧୪ତମ ସିଜନ ପାଇଁ କୌଣସି ଫ୍ରାଞ୍ଚଇଜ ତାଙ୍କୁ ନିଲାମରେ ତାଲିକାଭୁକ୍ତ କରିନାହାଁନ୍ତି। ଫେବୃଆରୀ ୧୮ରେ ଚେନ୍ନାଇରେ ଖେଳାଳି ନିଲାମ ହେବାକୁ ଯାଉଛି। ଏଥର ନିଲାମରେ ୩୮ ବର୍ଷୀୟ କେରଳ ଖେଳାଳି ଶ୍ରୀସନ୍ତ ତାଙ୍କର ସର୍ବନିମ୍ନ ମୂଲ୍ୟ ୭୫ଲକ୍ଷ ଟଙ୍କା ରଖିଥିଲେ। ସ୍ପଟ ଫିକ୍ସିଂ ନିଷେଧାଦେଶରୁ ମୁକ୍ତ ହେବା ପରେ ନିକଟରେ ସୟଦ ମୁସ୍ତାକ ଅଲି ଟ୍ରଫିରୁ ଫେରିଥିବା ଶ୍ରୀସନ୍ତ ପୁନର୍ବାର ଆଇପିଏଲରେ ଖେଳିବାର ସ୍ବପ୍ନ ଦେଖିଥିଲେ, ଯାହା ଚୁର୍‌ମାର୍‌ ହୋଇଯାଇଛି। ସୂଚନାଯୋଗ୍ୟ, ଆଇପିଏଲ ୨୦୨୧ ନିଲାମ ପାଇଁ ଖେଳାଳିଙ୍କ ଅନ୍ତିମ ତାଲିକା ପ୍ରକାଶ ପାଇଛି । ଏଥର ନିଲାମରେ ୨୯୨ ଖେଳାଳି ଟେଣ୍ଡର ଦେଖିବେ। ଏଥିରେ ୧୬୪ ଭାରତୀୟ, ୧୨୫ ବିଦେଶୀ ଏବଂ ସହଯୋଗୀ ଦେଶରୁ ତିନି ଖେଳାଳି ସାମିଲ ହେବେ। ଏଥର ନିଲାମରେ ଟିମ ଇଣ୍ଡିଆର ଭେଟେରାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ମଧ୍ୟ ସାମିଲ ହେବେ। ବାମହାତୀ ଦ୍ରୁତ ବୋଲର ଅର୍ଜୁନଙ୍କର ମୂଳ ମୂଲ୍ୟ ୨୦ ଲକ୍ଷ ଟଙ୍କା ରହିଛି। ଏଥି ସହିତ ମିଚେଲ ଷ୍ଟାର୍କ ଏବଂ ଇଂଲଣ୍ଡର ଟେଷ୍ଟ ଅଧିନାୟକ ଜୋ ରୁଟ ଚଳିତ ବର୍ଷର ନିଲାମରୁ ନିଜକୁ ଦୂରେଇ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri