Posted inଖେଳ

ଦଳ ଚାମ୍ପିୟନ୍‌ ହେବାପରେ ଖେଳାଳିଙ୍କୁ ମିଳିଲା ଚେତାବନୀ

ମେଲବୋର୍ନ,୧୬।୧୧: ଅଷ୍ଟ୍ରେଲିଆ ଟି -୨୦ ବିଶ୍ୱକପ ୨୦୨୧ର ଅନ୍ତିମ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୮ ଉଇକେଟରେ ପରାସ୍ତ କରି ପ୍ରଥମ ଥର ପାଇଁ ଟି -୨୦ ବିଶ୍ୱ ଚାମ୍ପିୟନ ହୋଇଛି। ପରେ ଅଷ୍ଟ୍ରେଲିଆର ମୁଖ୍ୟ ଚୟନକର୍ତ୍ତା ଜର୍ଜ ବେଲି ଖୁସି ହେବା ପରିବର୍ତ୍ତେ ଦଳର ଖେଳାଳିଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଟି-୨୦ ବିଶ୍ୱକପ୍‌ ଫାଇନାଲରେ ମିଚେଲ ମାର୍ଶଙ୍କ ଚମତ୍କାର ଇନିଂସକୁ ଆଶେସ ସିରିଜ ପାଇଁ ଚୟନ କରାଯିବାବେଳେ ପ୍ରାଥମିକତା ମିଳିବ ନାହିଁ। କାରଣ ଉଭୟ ଫର୍ମାଟ ସଂପୂର୍ଣ୍ଣ ଅଲଗା । ମାର୍ଶ ଫାଇନାଲରେ (ଟି -୨୦ ବିଶ୍ୱକପ ୨-୨୧) ୫୦ବଲରେ ୭୭ ର ଏକ ଇନିଂସ ଖେଳିଥିଲେ। ଏହି କାରଣରୁ ଦଳ ପ୍ରଥମ ଥର ପାଇଁ ଫାଇନାଲରେ ନ୍ୟୁଜିଲାଣ୍ଡକୁ ୮ ଉଇକେଟରେ ପରାସ୍ତ କରି ଟି -୨୦ ବିଶ୍ୱକପ ଟାଇଟଲ ଜିତିବାରେ ସକ୍ଷମ ହୋଇଥିଲା। ଡିସେମ୍ବର-ଜାନୁଆରୀରେ ଅଷ୍ଟ୍ରେଲିଆକୁ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ପଡିବ।
ମିଚେଲ ମାର୍ଶ ଟି-୨୦ ବିଶ୍ୱକପର ୬ଟି ମ୍ୟାଚରେ ହାରାହାରି ୬ରେ ରନ ସଂଗ୍ରହ କରିଥିଲେ। ଏହା ପରେ, ଇଆନ ହେଲିଙ୍କ ପରି ଅଷ୍ଟ୍ରେଲୀୟ କିମ୍ବଦନ୍ତୀ ଇଂଲଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ସିରିଜ ପାଇଁ ଦଳରେ ତାଙ୍କ ଚୟନକୁ ସମର୍ଥନ କରିଥିଲେ। ତେବେ ଯେତେବେଳେ ଫାଇନାଲରେ ମ୍ୟାନ ଅଫ ଦି ମ୍ୟାଚ ହୋଇଥିବା ୩୧ ବର୍ଷିୟ ମିଚେଲ ମାର୍ଶଙ୍କ ଚୟନ ବିଷୟରେ ଜର୍ଜ ବେଲିଙ୍କୁ ପଚରାଗଲା, ସେ ସିଧାସଳଖ କିଛି କହିବାକୁ ମନା କରିଦେଇଥିଲେ।
ସେ କହିଥିଲେ, ସତ କହିବାକୁ ଗଲେ, ଏହି ପ୍ରଦର୍ଶନକୁ ଅଧିକ ଗୁରୁତ୍ୱ ଦିଆଯିବ ନାହିଁ ।ଟି -୨୦ ଏବଂ ଟେଷ୍ଟ ଫର୍ମାଟ ପରସ୍ପରଠାରୁ ସମ୍ପୂର୍ଣ୍ଣ ଭିନ୍ନ। ମୁଁ ଭାବୁନାହିଁ ଯେ ଟି -୨୦ ବିଶ୍ୱକପ ଜିତିବା ଆଶେସରେ ଲାଭଦାୟକ ହେବ।
ମିଚେଲ ମାର୍ଶ ୩୨ଟି ଟେଷ୍ଟ ଖେଳିଛନ୍ତି, କିନ୍ତୁ ସେ ଦଳରେ ନିଜର ସ୍ଥାନ ପକ୍କା କରିବାରେ ବିଫଳ ହୋଇଛନ୍ତି। ଏହି ଫର୍ମାଟରେ ବ୍ୟାଟଂରେ ତାଙ୍କର ହାରାହାରି ୨୫ ଏବଂ ବୋଲିଂ ହାରାହାରି ୩୯। ୫ ମ୍ୟାଚ ବିଶିଷ୍ଟ ସିରିଜ ଡିସେମ୍ବର ୮ରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri