ଖୋର୍ଦ୍ଧାରେ ବଢୁଛି ଲୋକଙ୍କ ଦୁର୍ଦ୍ଦଶା: ୧୫ରୁ ଉର୍ଦ୍ଧ୍ୱ ଗ୍ରାମ ଜଳମଗ୍ନ

ଖୋର୍ଦ୍ଧା ଅଫିସ,୩୦। ୮:  ହିରାକୁଦ ଗେଟ୍‌ ଖୋଲାଯିବା ପରେ ରାଜୁଆ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଖୋର୍ଦ୍ଧା ବ୍ଲକ ଓରବରସିଂ, ନରଣଗଡ଼ ପଞ୍ଚାୟତର ୧୫ରୁ ଉର୍ଦ୍ଧ୍ୱ ଗ୍ରାମ ଜଳମଗ୍ନ ହୋଇଛି। ହଜାର ହଜାର ଏକର ଚାଷଜମି ପାଣିରେ ବୁଡି ରହିଛି। ଶୁକ୍ରବାର ଜିଲାପାଳ ଗ୍ରାମ ଦାଣ୍ଡରେ ଡଙ୍ଗାରେ ବୁଲି ବନ୍ୟା ସ୍ଥିତି ପରଖିଥିଲେ। ନଦୀ ଫୁଲୁଥିବାରୁ ବାତ୍ୟା ଆଶ୍ରୟସ୍ଥଳୀକୁ ଯିବା ଲାଗି ଗ୍ରାମବାସୀଙ୍କୁ ଅନୁରୋଧ କରିଥିଲେ। ପ୍ରଶାସନ ପକ୍ଷରୁ ଶନିବାର ଡଙ୍ଗାରେ ଓରବରସିଂ ପଞ୍ଚାୟତର ହିରିମୂଳ, ଓରମି ଓ ଧବଳପୁର ଗ୍ରାମରୁ ପ୍ରାୟ ଶହେରୁ ଊର୍ଦ୍ଧ୍ୱ ଲୋକଙ୍କୁ ନିକଟସ୍ଥ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ଆଗକୁ ବନ୍ୟାଜଳ ବଢିବା ଆଶଙ୍କା ରହିଛି। ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରାମବାସୀଙ୍କୁ ସ୍ଥାନାନ୍ତରିତ କରାଯିବ ବୋଲି ଖୋର୍ଦ୍ଧା ତହସିଲଦାର ପଦ୍ମଚରଣ ସାହୁ କହିଛନ୍ତି। ହିରିମୂଳ ଗ୍ରାମରେ ପ୍ରଶାସନ ପକ୍ଷରୁ ରନ୍ଧାଖାଦ୍ୟ ବ୍ୟବସ୍ଥା କରାଯାଇଛି। ପ୍ରାଣୀଧନ ବିଭାଗର ଏକ ଟିମ୍‌ ଗ୍ରାମରେ ପହଞ୍ଚି ଗୋରୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଗୋଖାଦ୍ୟ ପ୍ରଦାନ କରିଛନ୍ତି। ସେହିପରି ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଡାକ୍ତରୀ ଟିମ୍‌ ପହଞ୍ଚି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ଔଷଧ ଦେଇଛନ୍ତି। ନରଣଗଡ଼ ପଞ୍ଚାୟତ ମାନପୁର ଗ୍ରାମର ଏକାଧିକ ଗ୍ରାମବାସୀ ଓ ଗୋରୁ ନିକଟସ୍ଥ ଆଶ୍ରୟସ୍ଥଳରେ ରହିଛନ୍ତି। ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ ଓ ଗୋ ଖାଦ୍ୟ ଯୋଗାଇ ଦିଆଯାଇଛି। ୩ଦିନ ଧରି ପାଣି ଘେରରେ ରହିଥିବା ମାନପୁର ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି। ଉକ୍ତ ଗ୍ରାମବାସୀ ଆଶ୍ରୟସ୍ଥଳରେ ରୋଷେଇ କରୁଥିବା ଦେଖିବାକୁ ମିଳିଛି। ରାଜୁଆ ନଦୀ ଯୋଗୁ ଦୁର୍ଦ୍ଦଶା ଭୋଗୁଥିବା ଗ୍ରାମବାସୀ ବନ୍ଧ ନିର୍ମାଣ ଲାଗି ଦାବି କରିଛନ୍ତି। ବେଗୁନିଆ ବ୍ଲକ ସାରୁଅ ପଞ୍ଚାୟତ ଅଞ୍ଚଳର ଏକର ଏକର ଚାଷ ଜମିରେ ୪ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଛି। ଉଷ୍ମ ପ୍ରସ୍ରବଣ(ଅଟ୍ରି) ବନ୍ୟା ଜଳରେ ବୁଡି ରହିଥିବା ବେଳେ ଏହାର ନିକଟସ୍ଥ ଚାଷ ଜମିରେ ୩ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଛି। ଜିଲାପାଳ ସନତ୍‌ କୁମାର ମହାନ୍ତି କହିଛନ୍ତି, ସ୍ଥିତି ଉପରେ ନଜର ରହିଛି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ। ବନ୍ୟା ସ୍ଥିତି ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ଏକ ଟିମ୍‌ ସେଠାରେ ଉପସ୍ଥିତ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?