ଦାଦନ ଖଟିବାକୁ ଯାଇଥିଲେ, ଚାଲିଗଲା ମହିଳାଙ୍କ ଜୀବନ

କୋକସରା,୧୫ା୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଦାଦନ ଶ୍ରମିକଙ୍କ ଦୁର୍ଦ୍ଦଶା ଥମିବାର ନା ଧରୁନି। କେତେବେଳେ ଦାଦନ ଶ୍ରମିକମାନେ ଦଲାଲଙ୍କ ଶୋଷଣର ଶିକାର ହେଉଛନ୍ତି ତ ଆଉ କେତେବେଳେ ସେମାନଙ୍କୁ ଠିକାଦାରଙ୍କ ନିର୍ଯାତନାର ଶିକାର ହେବାକୁ ପଡୁଛି। କୋକସରା ବ୍ଲକ କନ୍ଦାବୁଟୁରା ଗ୍ରାମର ପୂର୍ଣ୍ଣମୀ ଛତ୍ରିଆ ଗତ ୫ ମାସ ତଳେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଛି।
ସୂଚନା ଅନୁସାରେ, କୋକସରା ବ୍ଲକ କନ୍ଦାବୁଟୁରା ଗ୍ରାମର ହେମ ଛତ୍ରିଆ ଓ ତାଙ୍କ ସ୍ତ୍ରୀ ପୂର୍ଣ୍ଣମୀ ଛତ୍ରିଆ ହାଇଦ୍ରାବାଦ ନର୍ସିଙ୍ଗକୁ ଦାଦନ ଖଟିବାକୁ ଯାଇଥିଲେ। ତେବେ ହଠାତ୍‌ ପୂର୍ଣ୍ଣମୀଙ୍କ ଶରୀର ଅସୁସ୍ଥ ହୋଇପଡିବାରୁ ଗତ ସୋମବାର ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଟିକେ ସୁସ୍ଥ ହେବାପରେ ନିଜ କାମ କରିବା ସ୍ଥାନକୁ ଫେରିଥିଲେ । ପୁଣି ରାତିରେ ହଠାତ୍‌ ପେଟ ଯନ୍ତ୍ରଣା ହେବାରୁ ସେ ପ୍ରାଣ ହରାଇଥିବା ଜଣାପଡିଛି। ଅର୍ଥ ଅଭାବରୁ ପୂର୍ଣ୍ଣମୀଙ୍କ ମୃତଦେହ ଗାଁକୁ ଆଣିପାରି ନ ଥିଲେ ହେମ। ବୁଧବାର ତାଙ୍କ ମୃତଶରୀରକୁ କାମ କରୁଥିବା ସ୍ଥାନରେ ସେ ପୋଡି ଦେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି।...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍‌ ଥିବା ଗାଁକୁ ମିଳିବ…

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର...

ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ

ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍, ୨ ସାଙ୍ଗଙ୍କ ମୃତ୍ୟୁ

ଧର୍ମଗଡ଼,୧୫।୧୨(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri