୧ରୁ ବଦଳିବ ପିଏନ୍‌ବି ଏଟିଏମ୍‌ ନିୟମ

ଭୁବନେଶ୍ୱର,୨୯ା୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ଡିସେମ୍ବର ୧ରୁ ଏହାର ଏଟିଏମ୍‌ରୁ ଟଙ୍କା ଉଠାଣ ପ୍ରକ୍ରିୟାରେ ବଡ଼ ଧରଣର ପରିବର୍ତ୍ତନ କରିବାକୁ ଯାଉଛି। ବ୍ୟାଙ୍କ ନିଜର ଗ୍ରାହକମାନଙ୍କୁ ଉନ୍ନତ ସେବା ଓ ସୁବିଧା ସହ ବିଭିନ୍ନ ପ୍ରକାର ଠକେଇରୁ ସୁରକ୍ଷା ଦେବା ପାଇଁ ଏହି ପଦକ୍ଷେପ ଗ୍ରହଣ କରିଛି। ବ୍ୟାଙ୍କ ଓ୍ବାନ୍‌ ଟାଇମ୍‌ ପାସ୍‌ଓ୍ବାର୍ଡ ପ୍ରେରଣ କରିବା ପରେ ଗ୍ରାହକଙ୍କର ଟଙ୍କା ଉଠାଣ ପ୍ରକ୍ରିୟା ଆରମ୍ଭ ହେବ। ଫଳରେ ଏହି ନୂତନ ବ୍ୟବସ୍ଥା ବଳରେ ନିଜର ଧନ ଓ ଜୀବନ ସୁରକ୍ଷା ହୋଇପାରିବ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂତନ ନିୟମ ଅନୁଯାୟୀ ଏଟିଏମ୍‌ରୁ ଟଙ୍କା ଉଠାଣ ସମୟରେ ଗ୍ରାହକଙ୍କୁ ବ୍ୟାଙ୍କରେ ପଞ୍ଜୀକୃତ କରିଥିବା ମୋବାଇଲ ନମ୍ବରରେ ଆସୁଥିବା ଓଟିପି ଦେବାକୁ ପଡିବ। ଏହି ନିୟମ ୧୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ଉଠାଣ ଉପରେ ଲାଗୁ ହେବ। ଏ ନେଇ ବ୍ୟାଙ୍କ ପକ୍ଷରୁ ଶନିବାର ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri