ଭାରିଯାନ ଧକ୍କାରେ ଭାଙ୍ଗିଲା ପୋଲ ସୁରକ୍ଷା ବାଡ଼

ଛେଣ୍ଡିପଦା,୧୦।୫(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଦେଇଯାଇଥିବା ଛେଣ୍ଡିପଦା- ଅନୁଗୋଳ ୬୩ ନମ୍ବର ରାଜ୍ୟ ରାଜପଥରେ ଗତ ବିଳମ୍ବିତ ରାତିରେ ଏକ ବଡ଼ ଲୁହା ଯନ୍ତ୍ରାଂଶ ବୋଝେଇ ଭାରିଯାନ ଧକ୍କାରେ କୁମ୍ଭୀରା ନାଳ ପୋଲର ସରକ୍ଷା ବାଡ ଭାଙ୍ଗିଯାଇଛି। ଘଟଣାରୁ ପ୍ରକାଶ, ୩ଟି ଲୁହା ଯନ୍ତ୍ରାଂଶ ବୋଝେଇ କରି ଯାଉଥିବା ଟ୍ରେଲର ରବିବାର ବିଳମ୍ବିତ ରାତିରେ ଛେଣ୍ଡିପଦା ବଜାର ପାର ହେଉଥିବାବେଳେ କୁମ୍ଭୀରା ନାଳ ପୋଲର ସୁରକ୍ଷା ବାଡକୁ ଧକ୍କା ଦେଇଥିଲା। ପୂର୍ତ୍ତ ବିଭାଗ ପାଖରୁ କୌଣସି ଅନୁମତି ନ ନେଇ ଉକ୍ତ ଭାରିଯାନ ଯାତାୟାତ କରିବା ସହିତ ସୁରକ୍ଷା ବାଡ ଭାଙ୍ଗି ଦେଇଥିବା ନେଇ ପୂର୍ତ୍ତ ବିଭାଗ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ବିଶ୍ବାଳ ଟ୍ରେଲର ନିକଟକୁ ଯାଇ ତଦନ୍ତ କରିଥିଲେ। ଏ ନେଇ ଉପରିସ୍ଥ ଅଧିକାରୀଙ୍କ ସହିତ ଆଲୋଚନା କରିବା ସହ ଥାନାରେ ଏତଲା ଦେବେ ବୋଲି ଯନ୍ତ୍ରୀ ବିଶ୍ବାଳ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ସ୍ଥାନୀୟ କେତେଜଣ ମୁଷ୍ଟିମେୟ ବ୍ୟକ୍ତି ଓ ବିଦ୍ୟୁତ୍‌ ବିଭାଗର କେତେଜଣ କର୍ମଚାରୀ ଓ ପୋଲିସ ହାତଗୁଞ୍ଜା ନେଇ ଉକ୍ତ ଗାଡ଼ି ପାର୍‌ କରିଦେବାରେ ସହଯୋଗ କରିଥିବା ଚର୍ଚ୍ଚା ହେଉଛି। ଏଥିପାଇଁ ରବିବାର ରାତି ୧ଟାରୁ ଭୋର୍‌ ୪ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ କାଟ କରାଯାଇଥିବା ଆଲୋଚନା ହେଉଛି। ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡ଼ିର କାଗଜପତ୍ର ଜବତ କରିବା ସହିତ ଘଟଣା ସମ୍ପର୍କରେ ପୂର୍ତ୍ତ ବିଭାଗକୁ ସୂଚନା ଦେଇଥିବା ଥାନା ଅଧିକାରୀ ଧୀରେନ୍‌ କୁମାର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri