ଅତଡ଼ା ଖସୁଛି, ଟାଙ୍ଗଣା ପୋଲ ବିପଦସଙ୍କୁଳ

ନୀଳଗିରି, ୧୧ା୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଶେରଗଡ଼ ନୀଳଗିରି ଝରଣଘାଟି ୧୯ନଂ. ରାଜ୍ୟ ରାଜପଥ ଟାଙ୍ଗଣା ଛକ ନିକଟରେ ଥିବା ପୋଲ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ସୋମବାର ରାତିରେ ପୋଲ ମଝିରେ ୫ଫୁଟ ଲମ୍ବର ଅତଡ଼ା ଖସିପଡିଛି। କେଉଁ ମୁହୂର୍ତ୍ତରେ ପୋଲ ଭୁଶୁଡିବା ଆଶଙ୍କା ରହିଛି। ମଙ୍ଗଳବାର ନୀଳଗିରି ଉପଜିଲାପାଳ ଦୀପ୍ତିରଞ୍ଜନ ସେଠୀ, ନୀଳଗିରି ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଦାୟିତ୍ୱରେ ଥିବା ବାଲେଶ୍ୱର ପୂର୍ତ୍ତ ବିଭାଗର ଏସ୍‌ଡିଓ ଦୁର୍ଗାଚରଣ ସାହୁ, କନିଷ୍ଠଯନ୍ତ୍ରୀ ଲକ୍ଷ୍ମଣ ସିଂ ପହଞ୍ଚି ଭାରିଯାନ ଚଳାଚଳ ବନ୍ଦ କରାଇବା ସହ ଅତଡା ଖସିଥିବା ସ୍ଥାନରେ ବ୍ୟାରିକେଡ କରାଇଥିଲେ। ଅଧାପନ୍ତରିଆ ଭାବେ ପଡିରହିଥିବା ନୂତନ ପୋଲର କାମ ଜରୁରୀକାଳୀନ ଭିତ୍ତିରେ ଆରମ୍ଭ ହେବାର ସୂଚନା ମିଳିଛି।

ଏହାକୁ ଭ୍ରୁକ୍ଷେପ ନ କରି ଏହି ଦୁର୍ବଳ ପୋଲ ଉପରେ ଯାତାୟାତ କରୁଛନ୍ତି। ଅନ୍ୟପକ୍ଷରେ ଏହି ଦୁର୍ବଳ ପୋଲ ନିକଟରେ ପୂର୍ତ୍ତବିଭାଗ ପକ୍ଷରୁ ଅନ୍ୟ ଏକ ନୂତନ ପୋଲ ହେଉଥିଲେ ସୁଦ୍ଧା ଦୀର୍ଘଦିନ ହେବ ଅଧାପନ୍ତରିଆ ଅବସ୍ଥାରେ ରହିଛି। ତେବେ ଏକ ବଡ଼ଧରଣର ଅଘଟଣ ଘଟିବା ପୂର୍ବରୁ ଜରୁରୀକାଳୀନ ପରିସ୍ଥିତିରେ ପ୍ରଶାସନ ହସ୍ତକ୍ଷେପ କରିବାକୁ ସାଧାରଣରେ ଦାବି ହେଉଛି। ଏହି ପୋଲ ବହୁବର୍ଷ ପୂର୍ବରୁ ହୋଇଥିବା ବେଳେ ମୟୂରଭଞ୍ଜକୁ ସଂଯୋଗ ହେବାରେ ଏକମାତ୍ର ସାହାରା ପାଲଟିଥିଲା। ବର୍ତ୍ତମାନ ଏହି ପୋଲ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଉକ୍ତ ପୋଲ ଉପରେ ରାଜ୍ୟ ରାଜପଥ ବାଲେଶ୍ୱର ଜିଲାରୁ ମୟୂରଭଞ୍ଜକୁ ସଂଯୋଗ କରୁଥିବା ସହ ଦୈନନ୍ଦିନ ହଜାର ହଜାର ଯାନ, ସାଇକେଲ ଆରୋହୀ, ଆମ୍ବୁଲାନ୍ସ, ସ୍କୁଲ ଗାଡି ପଥଚାରୀମାନେ ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?