ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସମସ୍ତ ଗିରଫ ବ୍ୟକ୍ତିଙ୍କ ନାମରେ ଜାମିନ ବିହିନ ଗିରଫ ନିର୍ଦ୍ଦେଶ ରହିଥିବା ଥାନା ଅଧିକାରୀ ଚିରଞ୍ଜିବୀ ବେହେରା କହିଛନ୍ତି। ଗିରଫଙ୍କ ମଧ୍ୟରେ କିରାମାହା ଗ୍ରାମର ବିଶ୍ୱନାଥ ମଲିକଙ୍କୁ ଚଢ଼ାଉ କରି ଗିରଫ କରାଯାଇଛି। ତାଙ୍କ ନାମରେ ମାମଲା (୩୦୨/୧୧) ରହିଥିଲା। ସେ ଫେରାର ଥିବାରୁ ଜାମିନ ବିହୀନ ଗିରଫ ନିର୍ଦ୍ଦେଶ ରହିଥିଲା।

ସେହିପରି ଉକ୍ତ ଥାନା ଗଦାପୁର ଗ୍ରାମର ସିମନ ବଳିୟାରସିଂଙ୍କୁ ମଧ୍ୟ ମାମଲା ( ୨୩/୨୨)ରେ ଗିରଫ କରାଯାଇଥିବା ବେଳେ ଅନ୍ୟ ଏକ ମାମଲା (୧୭୩/୨୨)ରେ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ରାଇକଣା ଗ୍ରାମର ପକଲା ବଳିୟାରସିଂ,ଲାଲୁ ବଳିୟାରସିଂ,କାଳିଆ ବଳିୟାରସିଂ ଓ ପେଟା ବଳିୟାରସିଂ ରହିଛନ୍ତି।

ପ୍ରକାଶ ଯେ, ଆସନ୍ତା ୨୦ରେ ସାଧାରଣ ନିର୍ବାଚନ ରହିଛି। କିଭଳି ସମସ୍ତ ବୁଥ୍‌ରେ ଶାନ୍ତି ଶୃଙ୍ଖଳାର ସହ ମତଦାନ ହୋଇପାରିବ ସେନେଇ ଜିଲା ପୋଲିସ ତଥା କନ୍ଧମାଳ ଏସ୍‌ପି ଶୁଭେନ୍ଦୁ ପାତ୍ର, ବାଲିଗୁଡ଼ା ଏସ୍‌ଡିପିଓ ରାହୁଲ ଗୋଏଲଙ୍କ ନିର୍ଦ୍ଦେଶ କ୍ରମେ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ ସହ ବିଭିନ୍ନ ମାମଲାରେ ଫେରାର ଥିବା ଅପରାଧୀଙ୍କୁ ପୋଲିସ ଖୋଜି ଧରିବା କାର୍ଯ୍ୟକୁ ଜୋରଦାର କରୁଛି। ସେହିପରି ଦୈନିକ ଫ୍ଲାଗମାର୍ଚ୍ଚ, ପାଟ୍ରୋଲିଂକୁ ଜୋର୍‌ଦାର କରାଯାଉଥିବା ପୋଲିସ କହିଛି। ସମ୍ବେଦନ ଓ ଅତି ସମ୍ବେଦନଶୀଳ ଅଞ୍ଚଳରେ ପାଟ୍ରୋଲିଂ ଜୋର୍‌ଦାର କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri