ପୋଲିସ ମାଡ଼ରେ ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିଲା

ଆନନ୍ଦପୁର,୧୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ମାଡ଼ରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଘଟଣା ଚର୍ଚ୍ଚାକୁ ଆସିଛି। ଟ୍ରାକ୍ଟର ଡ୍ରାଇଭର ପାର୍ଥ ପୂର୍ତ୍ତି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର ହୋଇଛନ୍ତି। ପାର୍ଥ ଚଲାଉଥିବା ଟ୍ରାକ୍ଟରକୁ ପୋଲିସ ବାଲି ଚୋରି ଅଭିଯୋଗରେ ଜବତ କରିଥିବା ସୂଚନା ମିଳିଛି। ଡ୍ରାଇଭର ପାର୍ଥଙ୍କ କହିବା ଅନୁଯାୟୀ, ସେ ଛକରେ ଚା’ ପିଇବାକୁ ଛିଡ଼ା ହୋଇଥିବା ବେଳେ ଜଣେ ପୋଲିସ ବାବୁ ତାଙ୍କୁ ପାଇପ୍‌ରେ ଗୋଡ଼ାଇ ଗୋଡ଼ାଇ ପିଟିଥିଲେ। ଫଳରେ ତାଙ୍କ ଗୋଡ଼ ଭାଙ୍ଗିବା ସହିତ ସେ ଗୁରୁତର ହୋଇଥିଲେ।

ଘଟଣା ସମ୍ପର୍କରେ ଥାନା ଆନନ୍ଦପୁର ଅଧିକାରୀ ଦେବକୀ ନାଇକଙ୍କୁ ପଚାରାଯିବାରୁ, ପୋଲିସ ବାଡ଼ାଇବା କଥା ସମ୍ପୂର୍ଣ୍ଣ ଭିତ୍ତିହୀନ। ବାଲି ଚୋରା ଚାଲାଣ ହେଉଥିବା ପଦ୍ମପୁର ଘାଟ ନିକଟକୁ ବାଇକ୍‌ ଯୋଗେ ପୋଲିସ ଯାଉଥିବା ସମୟରେ ସମ୍ପୃକ୍ତ ଟ୍ରାକ୍ଟର ଡ୍ରାଇଭର ଟ୍ରାକ୍ଟର ଛାଡ଼ି ଡେଇଁପଡ଼ିଥିଲେ। ଫଳରେ ତାଙ୍କ ଗୋଡ଼ ଭାଙ୍ଗିଥିଲା। ଥାନା ଗାଡ଼ି ନେଇ ଯିବା ବେଳେ ବାଲି ଚୋରା ଚାଲାଣକୁ ରୋକି ହେଉ ନ ଥିବାରୁ ପୋଲିସ ବାଇକ୍‌ ଯୋଗେ ଘଟଣାସ୍ଥଳକୁ ଆସିଥିଲା। ଜିପିଏସ୍‌ ମାଧ୍ୟମରେ ଯାଞ୍ଚ କରାଗଲେ ଘଟଣା ସ୍ପଷ୍ଟ ହୋଇପାରିବ। ତେବେ ପୋଲିସ ବାଡ଼ାଇବା କଥା ମିଛ ବୋଲି ଥାନାଧିକାରୀ କହିବା ସହିତ ଓଲଟି ଗୁରୁତର ଟ୍ରାକ୍ଟର ଡ୍ରାଇଭରଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ପଠାଇବାର ବ୍ୟବସ୍ଥା କରିଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri