ଖଣି ବ୍ୟବସାୟୀଙ୍କ ଆଡ୍ଡାସ୍ଥଳୀ ଭାଙ୍ଗିଲା ପୋଲିସ

ନୟାଗଡ଼ ଅଫିସ/ରଣପୁର, ୧୨।୫(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ମୌଜାର ବେଆଇନ ମାଙ୍କଡ଼ାପଥର ଓ ମୋରମ ଖଣି ସମ୍ପର୍କିତ ମାମଲାରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) କୋଲକତାଙ୍କ ଆଦେଶକୁ ପ୍ରଶାସନ ପକ୍ଷରୁ ଧିରେ ଧିରେ କାର୍ଯ୍ୟକାରୀ କରାଯାଇଛି। ଏହି ଘଟଣାରେ ରଣପୁର ତହସିଲଦାର ଇସ୍ପିତା ସାହୁ ଙ୍କ ଅଭିଯୋଗ କ୍ରମେ ଚାନ୍ଦପୁର ଥାନା ପୋଲିସ ୨ ଲିଜ୍‌ଧାରୀଙ୍କ ସମେତ ୧୧ ଜଣଙ୍କ ନାମରେ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଜିଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ସମେତ ୪ଜଣଙ୍କ ନାମରେ ଚାନ୍ଦପୁର ଥାନାରେ ରୁଜୁ ହୋଇଥିବା ମାମଲା ଉଠି ଯାଇଛି। ତେବେ ବୁଧବାର ରଣପୁର ତହସିଲଦାର ସାହୁ ଓ ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାରଙ୍କ ନେତୃତ୍ୱରେ ରଣପୁର ଓ ଚାନ୍ଦପୁର ପୋଲିସ ମିଳିତ ଭାବେ ବେଆଇନ ଖଣି ପାଖରେ ପ୍ଲଟ ନଂ. ୧୬୮୯ ଓ ଖାତା ନଂ. ୪୯୫ରେ ଖଣି ବ୍ୟବସାୟୀଙ୍କ ଘରକୁ ଜେସିବି ଲଗାଇ ଉଚ୍ଛେଦ କରାଯାଇଛି।
ସୂଚନା ଅନୁଯାୟୀ, ମୟୂରଝାଲିଆ ମୌଜାର ୧୬୮୯ ପ୍ଲଟରୁ ୪ ଏକର ମାଙ୍କଡ଼ା ପଥର ଖଣି ପାଇଁ ଚାନ୍ଦପୁର ଥାନା ଚମ୍ପାଗଡ଼ର ସୁଶାନ୍ତ କୁମାର ବରାଡ଼ଙ୍କୁ ୫ ବର୍ଷିଆ ଲିଜ୍‌ ସୂତ୍ରରେ ଦିଆଯାଇଥିଲା। ସେହିଭଳି ଅଗ୍ରୱାଲା ଇନ୍‌ଫ୍ରାବିଲ୍‌ଡ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶକ ଶଶାଙ୍କ ଅଗ୍ରଓ୍ବାଲଙ୍କୁ ସାଧାରଣ ମାଟି ଖନନ ଓ ପରିବହନ ନିମନ୍ତେ ୨ ଏକର ଜମିରୁ ସାମୟିକ ପରମିଟ୍‌ ଦିଆଯାଇଥିଲା। ସେମାନେ ଉକ୍ତ ପ୍ଲଟ ନିକଟସ୍ଥ ଅନ୍ୟତ୍ର ଜାଗାରୁ ବେଆଇନ ଭାବେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରିବା ସହ ଗ୍ରାମ୍ୟ ଜଙ୍ଗଲ ନଷ୍ଟ କରୁଥିଲେ। ଏ ବାବଦରେ ଏନ୍‌ଜିଟି କୋଲକାତାଙ୍କ ନିକଟରେ ବଜ୍ରକୋଟର ଦିଲୀପ କୁମାର ସାମନ୍ତରାୟ, ଓସ୍ତପଡ଼ାର ଦୀପକ କୁମାର ରାଉତରାୟ କେସ ନଂ-ଓଏ ୮୩/୨୦୨୨ ଅଭିଯୋଗ ଦାଖଲ କରିଥିଲେ। ଅଭିଯୋଗ ପରେ ମାମଲା ବିବାଦୀୟ ହୋଇଥିଲା। ଏନ୍‌ଜିଟଙ୍କ ଛାଟ ପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri