ସ୍ବାମୀଙ୍କୁ ବାନ୍ଧିବାକୁ ଆସିଥିଲା ପୋଲିସ ସ୍ତ୍ରୀଙ୍କୁବି ନେଲା ସାଙ୍ଗରେ

ଆନନ୍ଦପୁର,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଆନନ୍ଦପୁର ପୌର ପରିଷଦ ଅଞ୍ଚଳରୁ ଜଣେ ବ୍ୟକ୍ତିଙ୍କୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଉମେଶ ପାଢ଼ୀ। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନାରେ ରୁଜୁ ହୋଇଥିବା ଠକେଇ ମାମଲା (ନଂ. ୪୩୯/୨୧)ରେ କମିଶନରେଟ୍‌ ପୋଲିସ ଘସିପୁରା ପୋଲିସ ସହାୟତାରେ ଉମେଶଙ୍କୁ ଗିରଫ କରିଛି।
ଅନ୍ୟପକ୍ଷେ ଚଢ଼ାଉ ବେଳେ ପୋଲିସକୁ ଦୁର୍ବ୍ୟବହାର ଅଭିଯୋଗରେ ଅଭିଯୁକ୍ତ ଉମେଶଙ୍କ ସ୍ତ୍ରୀ ଶର୍ମିଳା ପାଢ଼ୀଙ୍କୁ ମଧ୍ୟ ଗିରଫ କରାଯାଇଛି।
ଆନନ୍ଦପୁର ପୌରପରିଷଦର ୬ ନଂ. ଓ୍ବାର୍ଡର ବାସିନ୍ଦା ଉକ୍ତ ଦମ୍ପତି ୧୩ ନଂ. ଓ୍ବାର୍ଡରେ ଏକ ଭଡ଼ାଘରେ ରହନ୍ତି। କମିଶନରେଟ୍‌ ଓ ଘସିପୁରା ପୋଲିସ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଶର୍ମିଳା ପୋଲିସକୁ ଦୁର୍ବ୍ୟବହାର, ଗାଳିଗୁଲଜ କରିବା ଓ ଧକ୍କା ମାରିବା ଅଭିଯୋଗରେ ଘସିପୁରା ଥାନାରେ ଏକ ମାମଲା (ନଂ.୬୮/୨୨) ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଥିବା ଥାନାଧିକାରୀ ଶ୍ୟାମଘନ ବେହେରା କହିଛନ୍ତି। ପୋଲିସ ଅଭିଯୁକ୍ତଙ୍କଠାରୁ ଏକ ସ୍ବିଫ୍ଟ ଗାଡ଼ି ଜବତ କରିଛି। ଅଭିଯୁକ୍ତ ଉମେଶ ଭୁବନେଶ୍ୱରରେ ବିଭିନ୍ନ ଲୋକଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଛନ୍ତି। ଏପରିକି ଜଣେ ଡାକ୍ତରଙ୍କ ନିକଟରୁ ୨୫ ଲକ୍ଷ ଟଙ୍କା ଠକେଇ କରିଥିବା ନେଇ ଅଭିଯୋଗ ହୋଇଥିବା ପୋଲିସଠାରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri