ପଦ୍ମପୁରରେ ବଡ଼ଧରଣର ବାଇକ୍‌ ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ, ୭ ଗିରଫ

ପଦ୍ମପୁର,୫ା୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ବାଇକ ଚୋର ମାତିଥିବାରୁ ପୋଲିସ ପକ୍ଷରୁ ଏକ ବଡ଼ଧରଣର ପଦକ୍ଷେପ ନେବାକୁ ଆରକ୍ଷୀ ଅଧୀକ୍ଷକ ପିଏସ୍‌ ମୀନା ଆଦେଶ ଦେଇଥିଲେ। ପଦ୍ମପୁର ଉପଖଣ୍ଡ ପୋଲିସ ଅଧିକାରୀ ଅମ୍ରିତ ପାଳ କୌର ଓ ଥାନା ଅଧିକାରୀ ମମତା ନାଏକଙ୍କ ପ୍ରତ୍ୟକ୍ଷ ଅନୁଧ୍ୟାନରେ ଏକ ଟିମ୍‌ ଗଠନ କରାଯାଇଥିଲା। ଏସ୍‌ଆଇ ସୁରେଶ ନାଏକ ସହକର୍ମୀ ଏଚ୍‌ ଗଡ଼ତିଆ, ଡିଡି ଧରୁଆ, ଆରଏମ ସାହୁ ପ୍ରମୁଖ ବାରମ୍ବାର ଗାଇସିଲେଟ ରାସ୍ତା କୁଡାସିଂହା ଛକରେ ପଇଁତରା ମାରୁଥିଲେ। ଏତିକି ବେଳେ ଓଡି ୧୭ବି ୧୩୧୬ ବାଇକ୍‌ରେ ତାଲପାଲିର ଧନଞ୍ଜୟ( ଛୁଆବାବୁ)ସାହୁ ଓ କଟାବାହାଲର କୁଶ ନାଗଙ୍କୁ ପୋଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଥିଲା। ବାଇକ୍‌ ଚୋରି ଘଟଣାରେ ଅନ୍ୟ ଖୁଟପାଲିର ଦୁର୍ଯ୍ୟୋଧନ(ପିଚୁ)ବେଇ, ତାଲପାଲିର ମାଧବ କରନାଲ, ଜନକେଡ଼ାର ଲକ୍ଷ୍ମଣ ମଲ୍ଲିକ, ମହେଶ ସାହୁ ଓ ନୂଆଗାଁର ମାୟା ତରିଆ ସଂପୃକ୍ତ ଥିବା ତଦନ୍ତରୁ ଜଣାପଡ଼ିଥିଲା। ସମସ୍ତ ୭ ଅଭିଯୁକ୍ତଙ୍କୁ କାବୁ କରି ୪ଟି ନମ୍ବର ବିହୀନ ବାଇକ୍‌ ସହ ଓଆର ୧୭ଇ ୩୩୩୩, ଓଆର ୧୭ଜି ୯୩୦୬, ଓଡି ୩ସି ୦୯୫୭,ଓଡି ୧୭ଜେ ୧୫୭୩, ଓଡି ୧୭ଏ ୧୪୧୧,ଓଡି ୧୭ଜି ୨୬୩୯, ଓଆର ୦୮ଇ ୧୨୭୩, ଓଡି ୧୭ସି ୩୧୩୭, ସିଜି ୧୧ବିଏ ୯୨୩୩, ସିଜି ୦୬-୨୭୨୪, ଓଡି ୧୭ବି ୧୩୧୬, ସିଜି ୦୬-୩୭୧୦, ଓଆର ୦୩ଏଫ ୫୪୪୪ ଚୋରା ବାଇକ ଉଦ୍ଧାର କରାଯାଇଛି। ଅନ୍ୟ ଚୋରି ବାଇକ୍‌ଗୁଡ଼ିକର ତଦନ୍ତ ପ୍ରକ୍ରିୟା ଚାଲୁ ରହିଛି ବୋଲି ପଦ୍ମପୁର ଏସ୍‌ଡିପିଓ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ସମସ୍ତ ୭ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri