ଗ୍ରାହକ ସାଜି ବ୍ରାଉନସୁଗାର ବେପାରୀଙ୍କୁ ଧରିଲା ପୋଲିସ

ବାଲିଗୁଡ଼ା,୪ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ବୁଡ଼ାଗୁଡ଼ା ଛକରେ ଜଣେ ଯୁବକ ବ୍ରାଉନସୁଗାର ପାଉଚ ବିକ୍ରି କରିବା ପାଇଁ ଗ୍ରାହକକୁ ଅପେକ୍ଷା କରିଥିବା ବେଳେ କୌଣସି ସୂତ୍ରରୁ ବାଲିଗୁଡ଼ା ପୋଲିସ ଖବର ପାଇ ଗ୍ରାହକ ବେଶରେ ଯାଇଥିଲା। ତେବେ ସେଠାରେ ଯୁବକଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ବାଲିଗୁଡ଼ା ନିକଟସ୍ଥ ଦଣ୍ଡପଦର ଗ୍ରାମର ସୁରେନ୍ଦ୍ର ନାୟକ (୨୦) ବୁଡ଼ାଗୁଡା ଛକ ନିକଟରେ ଛିଡ଼ା ହୋଇଥିବା ଖବର ପାଇ ବାଲିଗୁଡ଼ା ଏସ୍‌ ଆଇ ଆଶୁତୋଷ ପାଇକରାୟ ଗ୍ରାହକ ବେଶରେ ଯାଇ ସୁରେନ୍ଦ୍ରକୁ କାବୁ କରି ତାଙ୍କଠାରୁ ୭୯୦ ଗ୍ରାମର ଏକ ବ୍ରାଉନସୁଗାର ଛୋଟ ପାଉଚ ଜବତ କରିଥିଲେ। ଏ ନେଇ ବାଲିଗୁଡ଼ା ଥାନାରେ କେସ୍‌ ନଂ ୨୩୧/୨୩ରେ ଏକ ମାମଲା ରୁଜୁ କରି ଏସ୍‌ଆଇ ହରିଶଙ୍କର ମାଠିଆ ଏହାର ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri