କାରଣ ଖୋଜି ପାଉନି ପୋଲିସ

ବରଗଡ଼ ଅଫିସ୍‌,୧।୧୧:ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ଜାଣ୍ଡୋଲ(କନ୍ଧପଡ଼ା)ରେ ଗୋଟିଏ ବୁଣାକାର ପରିବାର ଘରୁ ୪ ସଦସ୍ୟଙ୍କ ମୃତଦେହ ଉଦ୍ଧାର ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକମାନେ ହେଲେ ଗୃହକର୍ତ୍ତା ଶେଷଦେବ ମେହେର(୬୫), ସ୍ତ୍ରୀ କ୍ଷୀରେଶ୍ୱରୀ(୬୦), ପୁଅ ଅରବିନ୍ଦ(୩୦) ଏବଂ ଝିଅ ଶିବାନୀ(୨୨)। ପରିବାରର କେହି ଜୀବିତ ନ ଥିବା ଯୋଗୁ ଘଟଣାଟି ରହସ୍ୟାବୃତ୍ତ ରହିଛି। କେଉଁ ପରିସ୍ଥିତିରେ ଘର ଭିତରେ ପରିବାରର ସବୁ ସଦସ୍ୟଙ୍କ ମୃତ୍ୟୁ ହେଲା ତାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଏହାକୁ କେହି ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ କହୁଥିବାବେଳେ ପରିବାରର ଜଣେ ସଦସ୍ୟ ଅନ୍ୟ ୩ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ଆଉ କେହି କହୁଛନ୍ତି। ଘଟଣାର ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କଲେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ପୋଲିସ ଏକ ହତ୍ୟା ମାମଲା(୩୩୭/୨୨) ରୁଜୁ କରିଛି। ସୋମବାର ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ହତ୍ୟା ମାମଲା ରୁଜୁ କରିଥିଲେ ସୁଦ୍ଧା ପୋଲିସ ମୃତ୍ୟୁ ଘଟଣାର ଖିଅ ପାଇ ପାରିନାହିଁ। ମୃତକଙ୍କ ପଡ଼ୋଶୀ ଏବଂ ସମ୍ପର୍କୀୟଙ୍କୁ ପଚରାଉଚରା କରାଯାଉଛି। ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ଖୁବ୍‌ଶୀଘ୍ର ଘଟଣାର ପର୍ଦ୍ଦାଫାଶ କିପରି ହୋଇପାରିବ ସେନେଇ ଉଦ୍ୟମ ଜାରି ରହିଛି ବୋଲି ଏସ୍‌ପି ସ୍ମିଥ୍‌ ପି. ପରମାର୍‌ କହିଛନ୍ତି।
ରବିବାର ସନ୍ଧ୍ୟାରେ ଶେଷଦେବଙ୍କ ଘର ଭିତରୁ ଦୁର୍ଗନ୍ଧ ବାହାରୁଥିବା ଏବଂ ୩/୪ ଦିନ ହେଲା ବାହାରପଟୁ ତାଲା ପଡ଼ିଥିବା ଦେଖି ଲୋକେ ପୋଲିସକୁ ସୂଚନା ଦେଇଥିଲେ। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋଲିସ କବାଟ ଖୋଲିବା ପରେ ପରିବାରର ୪ ସଦସ୍ୟଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଅରବିନ୍ଦଙ୍କ ମୃତଦେହ ତଳ ମହଲା ପଙ୍ଖାରେ ଝୁଲୁଥିବା ବେଳେ ମା’, ଝିଅଙ୍କ ମୃତଦେହ ଉପର ମହଲା ଖଟିଆରେ ଏବଂ ବାପାଙ୍କ ମୃତଦେହ ତଳ ମହଲାର ଏକ କୋଠରିରେ ପଡ଼ିଥିବା ପୋଲିସ ଦେଖିବାକୁ ପାଇଥିଲା। ରାତି ହୋଇଯାଇଥିବାରୁ ତଦନ୍ତ ଅଗ୍ରଗତି ହୋଇ ନ ଥିଲା। ସୋମବାର ସକାଳୁ ଏସ୍‌ପି ପରମାର୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ସମ୍ବଲପୁର ଏବଂ ବଲାଙ୍ଗୀରରୁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳକୁ ଆସି ତଦନ୍ତ ପ୍ରକ୍ରିୟାରେ ପୋଲିସକୁ ସହଯୋଗ କରିଥିଲେ। ପୋଲିସ ଆର୍ଥିକ କାରବାର, ପାରିବାରିକ କଳହ, ସମ୍ପତ୍ତି ଲୋଭ ଆଦି ଦିଗକୁ ନେଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri