ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…

ଦିଗପହଣ୍ଡି,୨ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ରଞ୍ଜିତା ପଣ୍ଡା ନାମ୍ନୀ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଜୟଚନ୍ଦ୍ର ପଣ୍ଡା ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ବୁଧବାର ରଞ୍ଜିତାଙ୍କ ମା’ ରେଣୁ ପଣ୍ଡା ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା କେସ୍‌ ନଂ ୩୬୬/୨୪ରେ ଏକ ମାମଲା ରୁଜୁ କରିବା ସହ ମୁଖ୍ୟ ଅଭିଯୁକ୍ତ ଜୟଚନ୍ଦ୍ରଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛନ୍ତି। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଛନ୍ତି। ମଙ୍ଗଳବାର ଅପରାହ୍ନରେ କୌଣସି କଥାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ସ୍ବାମୀ ଜୟଚନ୍ଦ୍ର ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସେ ଅଚେତ ହୋଇ ଘରେ ପଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ରଞ୍ଜିତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଦୁଷ୍ମନ୍ତ ପ୍ରଧାନ ବୁଧବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

୧୦ ବର୍ଷ ପୂର୍ବେ ପେଣ୍ଡୁରାବାଡ଼ି ଗ୍ରାମର ସ୍ବର୍ଗତ ସୀମାଞ୍ଚଳ ପଣ୍ଡାଙ୍କ ମଝିଆ ଝିଅ ରଞ୍ଜିତା ସେହି ଗ୍ରାମର ଜୟଚନ୍ଦ୍ରଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସ୍ବାମୀ ଓ ଶାଶୁଘର ଲୋକମାନଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ଉଭୟଙ୍କ ଝିଅ ଓ ପୁଅ ଅଛନ୍ତି। ଅମାବାସ୍ୟା ତିଥିରେ ବଜ୍ର ମହାକାଳୀ ପୂଜା ନିମନ୍ତେ ଯାବତୀୟ ସାମଗ୍ରୀ କିଣିବା ପାଇଁ ଜୟଚନ୍ଦ୍ର ସ୍ତ୍ରୀ ରଞ୍ଜିତାଙ୍କୁ ୧୯ ଶହ ଟଙ୍କା ଦେଇଥିଲେ। କିନ୍ତୁ ରଞ୍ଜିତା ଉକ୍ତ ଟଙ୍କାକୁ ଅନ୍ୟାନ୍ୟ ସାମଗ୍ରୀ କିଣାରେ ଖର୍ଚ୍ଚ କରିଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ମାନସିକ ଭାରସାମ୍ୟ ହରାଇ ରଞ୍ଜିତା ଘରେ ଥିବା କୀଟନାଶକ ଖାଇ ଦେଇଥିଲେ ବୋଲି ଅଭିଯୁକ୍ତ ଜୟଚନ୍ଦ୍ର ପୋଲିସକୁ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri