ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…

ଦିଗପହଣ୍ଡି,୨ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ରଞ୍ଜିତା ପଣ୍ଡା ନାମ୍ନୀ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଜୟଚନ୍ଦ୍ର ପଣ୍ଡା ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ବୁଧବାର ରଞ୍ଜିତାଙ୍କ ମା’ ରେଣୁ ପଣ୍ଡା ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା କେସ୍‌ ନଂ ୩୬୬/୨୪ରେ ଏକ ମାମଲା ରୁଜୁ କରିବା ସହ ମୁଖ୍ୟ ଅଭିଯୁକ୍ତ ଜୟଚନ୍ଦ୍ରଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛନ୍ତି। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଛନ୍ତି। ମଙ୍ଗଳବାର ଅପରାହ୍ନରେ କୌଣସି କଥାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ସ୍ବାମୀ ଜୟଚନ୍ଦ୍ର ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସେ ଅଚେତ ହୋଇ ଘରେ ପଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ରଞ୍ଜିତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ଦୁଷ୍ମନ୍ତ ପ୍ରଧାନ ବୁଧବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

୧୦ ବର୍ଷ ପୂର୍ବେ ପେଣ୍ଡୁରାବାଡ଼ି ଗ୍ରାମର ସ୍ବର୍ଗତ ସୀମାଞ୍ଚଳ ପଣ୍ଡାଙ୍କ ମଝିଆ ଝିଅ ରଞ୍ଜିତା ସେହି ଗ୍ରାମର ଜୟଚନ୍ଦ୍ରଙ୍କୁ ବିବାହ କରିଥିଲେ। ବିବାହ ସମୟରେ ସ୍ବାମୀ ଓ ଶାଶୁଘର ଲୋକମାନଙ୍କ ଦାବି ପ୍ରକାରେ ସମସ୍ତ ଯୌତୁକ ସାମଗ୍ରୀ ଦିଆଯାଇଥିଲା। ଉଭୟଙ୍କ ଝିଅ ଓ ପୁଅ ଅଛନ୍ତି। ଅମାବାସ୍ୟା ତିଥିରେ ବଜ୍ର ମହାକାଳୀ ପୂଜା ନିମନ୍ତେ ଯାବତୀୟ ସାମଗ୍ରୀ କିଣିବା ପାଇଁ ଜୟଚନ୍ଦ୍ର ସ୍ତ୍ରୀ ରଞ୍ଜିତାଙ୍କୁ ୧୯ ଶହ ଟଙ୍କା ଦେଇଥିଲେ। କିନ୍ତୁ ରଞ୍ଜିତା ଉକ୍ତ ଟଙ୍କାକୁ ଅନ୍ୟାନ୍ୟ ସାମଗ୍ରୀ କିଣାରେ ଖର୍ଚ୍ଚ କରିଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ମାନସିକ ଭାରସାମ୍ୟ ହରାଇ ରଞ୍ଜିତା ଘରେ ଥିବା କୀଟନାଶକ ଖାଇ ଦେଇଥିଲେ ବୋଲି ଅଭିଯୁକ୍ତ ଜୟଚନ୍ଦ୍ର ପୋଲିସକୁ କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?