ଦାୟିତ୍ୱରୁ ହଟିବେ ପୋଲିସ ଡିଜି

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରୁ ୧୯୮୬ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଅଭୟ ଖୁବ୍‌ଶୀଘ୍ର ହଟିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଆସନ୍ତା ଡିସେମ୍ବରରେ ଅଭୟଙ୍କ ଚାକିରି କାର୍ଯ୍ୟକାଳ ସମାପ୍ତ ହେଉଛି। କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ସେ ଚାକିରିରୁ ସ୍ବେଚ୍ଛାକୃତ ଅବସର(ଭିଆର୍‌ଏସ୍‌) ନେବା ନେଇ ପାଓ୍ବାର କରିଡରରେ ଆଲୋଚନା ହେଉଛି। ବିଶେଷସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ତାଙ୍କ ସ୍ଥାନରେ ନୂଆ ଜଣଙ୍କୁ ଅବସ୍ଥାପିତ କରିବାକୁ ଯୋଜନା ଚାଲିଛି। ଏପରି କି ଅଭୟ ଭିଆର୍‌ଏସ୍‌ ନେଲେ ତାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରିବାକୁ ଯୋଜନା ହୋଇଥିବା ଶୁଣିବାକୁ ମିଳୁଛି। ଅପରପକ୍ଷରେ ଡିଜିିପି ପଦବୀ ଲାଗି ୪ଜଣ ଆଇପିଏସ୍‌ ଅଫିସର ଏବେଠାରୁ ଲବି ଆରମ୍ଭ କରିଥିବା ଚର୍ଚ୍ଚା ହେଉଛି। ସେମାନେ ହେଲେ ୧୯୮୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସୁନୀଲ ବଂଶଲ, ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସନ୍ତୋଷ କୁମାର ଉପାଧ୍ୟାୟ, ୧୯୮୮ ବ୍ୟାଚ ଆଇପିଏସ୍‌ ମନୋଜ କୁମାର ଛାବ୍ରା ଓ ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ବିନୟା ନନ୍ଦ ଝା।
ପ୍ରକାଶ ଥାଉକି, ଡେପୁଟେଶନରେ ହାଇଦ୍ରାବାଦ ନ୍ୟାଶନାଲ ପୋଲିସ ଏକାଡେମୀ ଡାଇରେକ୍ଟର ଭାବେ କାର୍ଯ୍ୟରତ ଆଇପିଏସ୍‌ ଅଫିସର ଅଭୟଙ୍କୁ ୨୦୧୯ ଡିସେମ୍ବର ୯ରେ ରାଜ୍ୟ ପୋଲିସର ସର୍ବୋଚ୍ଚ ପଦରେ ଅବସ୍ଥାପିତ କରାଯାଇଥିଲା। ତାଙ୍କର କାର୍ଯ୍ୟକାଳ ୨୦୨୧ ଜୁନରେ ଶେଷ ହେବାର ଥିଲା। ମାତ୍ର ୨୦୨୦ ମାର୍ଚ୍ଚ ୧୮ରେ ରାଜ୍ୟ ସରକାର ଏହାକୁ ଅଧିକ ୬ ମାସ ଅର୍ଥାତ ୨୦୨୧ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ଓ ବିନା ଭକ୍ତରେ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରି ଡିଜି ଅଭୟ ବେଶ୍‌ ପ୍ରଶଂସା ସାଉଣ୍ଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri