ପୋଲିସ ବୁଝୁନି ପୀଡ଼ିତାଙ୍କ ଦୁଃଖ

ହିନ୍ଦୋଳ, ୪।୧୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ବାଲିମୀ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ମାମଲାରେ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ପୀଡ଼ିତା ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ସମ୍ପୃକ୍ତ ମହିଳାଙ୍କୁ ରାସ୍ତାଘାଟରେ ଅସଦାଚରଣ କରିବା ସହ ଫଟୋ ଭାଇରାଲ କରିବାକୁ ଧମକ ଦେଉଛନ୍ତି। ମାମଲାରେ କୋର୍ଟ ହସ୍ତକ୍ଷେପ କରିସାରିଥିଲେ ହେଁ ପୋଲିସ ଆଶାଜନକ ପଦକ୍ଷେପ ନେଉନାହିଁ। ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ଏସ୍‌ପି ଏବଂ ଡିଜିପିଙ୍କ ଦ୍ୱାରସ୍ଥ ହେବେ ବୋଲି ପୀଡ଼ିତା କହିଛନ୍ତି।
ଅଭିଯୋଗ ଅନୁଯାୟୀ, ଦଳିତ ବର୍ଗର ସମ୍ପୃକ୍ତ ମହିଳାଙ୍କୁ ଜୁଲାଇ ୨ରେ ଅଭିଯୁକ୍ତ ଅଖି ନାଏକ (୨୪) ଦୁର୍ବ୍ୟବହାର ପ୍ରଦର୍ଶନ ସାଙ୍ଗକୁ ମାର୍‌ପିଟ୍‌ କରିଥିଲେ। ପୀଡ଼ିତାଙ୍କ ଅଭିଯୋଗକୁ ଭିତ୍ତିକରି ବାଲିମୀ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଅଖି କୋର୍ଟରୁ ସର୍ତ୍ତମୂଳକ ଜାମିନରେ ଆସିଥିଲେ। ଅଗଷ୍ଟ ୧୦ ରାତିରେ ମହିଳା ଜଣକ ପରିସ୍ରା କରିବାକୁ ଉଠିଥିବାବେଳେ ଅଖି ବଳାତ୍କାର ଉଦ୍ୟମ କରିଥିଲେ। ଏ ନେଇ ପୀଡ଼ିତା ପୁନର୍ବାର ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପୋଲିସ ପଦକ୍ଷେପ ନେବା ପରିବର୍ତ୍ତେ ଅଦାଲତଙ୍କ ଆଶ୍ରୟ ନେବାକୁ ପରାମର୍ଶ ଦେଇଥିଲା। ଏହାପରେ ଗତ ୧୮ ତାରିଖରେ ସ୍ଥାନୀୟ ଏସ୍‌ଡିଜେଏମ୍‌ଙ୍କ ଅଦାଲତରେ ନଂ. ୨୧/୨୦ରେ ମାମଲା ଦାଏର କରାଯାଇଥିଲା। ଘଟଣାର ତଦନ୍ତ କରିବାକୁ କୋର୍ଟ ବାଲିମୀ ଥାନାକୁ ନିର୍ଦ୍ଦେଶ ଦେବା ସହ ମାମଲା ହସ୍ତାନ୍ତର କରିଥିଲେ ପଠାଇଥିଲେ। ହେଲେ ତଦନ୍ତ ତ୍ୱରାନ୍ବିତ ହୋଇ ନ ଥିଲା। ଗତ ୨୬ ତାରିଖରେ ମହିଳା ଜଣକ ହାଟକୁ ଯାଉଥିବା ବେଳେ ଅଖି ଟଣାଓଟରା କରିବା ସହ ପରିବାର ସଦସ୍ୟଙ୍କୁ ହତ୍ୟା ଧମକ ଦେଇଥିଲେ। ଘଟଣା ସମ୍ପର୍କରେ ମହିଳା ପୁଣି ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ମଙ୍ଗଳବାର ଅଭିଯୁକ୍ତ ଏବଂ ମହିଳାଙ୍କୁ ଥାନାକୁ ଡକାଇ ତଦନ୍ତ କରିଥିଲା। ହେଲେ ଅଖିଙ୍କୁ ଗିରଫ କରିବା ପରିବର୍ତ୍ତେ ଛାଡି ଦେଇଥିଲା। ଏହାକୁ ନେଇ ପୀଡ଼ିତା ଏବଂ ତାଙ୍କ ସ୍ବାମୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବାଲିମୀ ପୋଲିସର କାର୍ଯ୍ୟକଳାପ ସମ୍ପର୍କରେ ଏସ୍‌ପି ଏବଂ ଡିଜିପିଙ୍କୁ ଅବଗତ କରାଇବେ ବୋଲି ସେମାନେ କହିଛନ୍ତି। ଏ ସମ୍ପର୍କରେ ଥାନାର ସେକେଣ୍ଡ ଅଫିସର ଦୀପ୍ତିରଞ୍ଜନ ପ୍ରଧାନଙ୍କ ପ୍ରତିକ୍ରିୟା ନେବାରୁ ସେ ତଦନ୍ତ ଚାଲିଥିବା କହି ପ୍ରସଙ୍ଗ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri