ଗାଁ ଦାଣ୍ଡରେ ଗଡ଼ୁଥିଲା ମୃତଦେହର ଖଣ୍ଡଖଣ୍ଡ ଅଂଶ: ସିନ୍‌ରିକ୍ରିଏଶନ କଲା ପୋଲିସ

ପରଜଙ୍ଗ,୪।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁର ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କୁ ସରୋଜ ବିଶ୍ୱାଳ ଓରଫ ମକୁଙ୍କୁ ଗିରଫ କରି ପୋଲିସ ସିନ୍‌ରିକ୍ରିଏଶନ କରାଇଛି। ନୂଆବର୍ଷର ମଧ୍ୟାହ୍ନରେ ବସୋଇ ଗାଁର ରାକେଶ ସେଠିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଥମେ ଗାଁ ପଣାଖୁଣ୍ଟରେ ବଳିଦେବା ସହ ଗଣ୍ଡିରୁମୁଣ୍ଡକୁ ଅଲଗା କରିଥିଲେ ଅଭିଯୁକ୍ତ । ମୃତ ଶରୀରକୁ ଶହଶହ ଖଣ୍ଡକରି ଗାଁ ଦାଣ୍ଡରେ ଫୋପାଡ଼ି ଦେଇଥିଲେ। ଯାହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା। ଏ ନେଇ ଢେଙ୍କାନାଳ ଏସ୍‌ପି ଅଭିନବ ସୋନକରଙ୍କ ତତ୍ୱାବଧାନରେ ପରଜଙ୍ଗ ପୋଲିସର ୩ ଟିମ୍‌ ତଦନ୍ତ ଆରମ୍ଭ କରିଥିଲା। ତେବେ ପରଜଙ୍ଗ ପୋଲିସର ନିଦ ହଜେଇ ଦେଇଥିବା ମକୁଙ୍କୁୁ ଥାନା ଅଧିକାରୀ ପ୍ରିୟବ୍ରତ ଦାସ ଶୁକ୍ରବାର ବିଳମ୍ବିତରାତରେ ଗାଁ ଜଙ୍ଗଲରୁ ଘରକୁ ଖାଇବାକୁ ଯାଉଥିବା ବେଳେ କାବୁ କରି ନେଇଥିଲେ। ତେବେ ଅଭିଯୁକ୍ତଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଥିଲେ ପରଜଙ୍ଗ ଥାନା ଅଧିକାରୀ। ମକୁ ନିଜ ଦୁଇ ଭାଇର ମୃତ୍ୟୁକୁ ନେଇ ଗତ ୩ବର୍ଷ ହେବ ମାନସିକ ଚାପରେ ରହି ଆସୁଥିଲେ। ଏପରିକି ୨୦୨୧ରେ ୨୫ ବର୍ଷୀୟ ସାନଭାଇ ଚିରୋଜ ବିଶ୍ୱାଳଙ୍କୁ ବାଲେଶ୍ୱରରେ ହତ୍ୟା ଏବଂ ମଝିଆ ଭାଇ ମନୋଜ ବିଶ୍ୱାଳଙ୍କୁ ୨୦୨୩ରେ ବସୋଇ ଗାଁ କାଜୁ ଜଙ୍ଗଲରେ ହତ୍ୟା କରାଯାଇଥିବା କହିଥିଲେ। ଏ ନେଇ ଭାଇର ପ୍ରତିଶୋଧ ପାଇଁ ନିର୍ମମହତ୍ୟା କରିଥିବା ସେ କହିିଛନ୍ତି। ଯାହାକୁ ନେଇ ଜିଲା ସାଇଣ୍ଟିଫିକ ଟିମ୍‌, ଅତିରିକ୍ତ ଏସ୍‌ପିଙ୍କ ଉପସ୍ଥିତିରେ ବସୋଇ ଗାଁ ଘଣ୍ଟିଆ ବନ୍ଧରୁ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ଉଦ୍ଧାର କରିବା ପାଇଁ ଅଗ୍ନିଶମବାହିନୀ ଲାଗିପଡ଼ିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri