ବିଚାର ବିଭାଗୀୟ ତଦନ୍ତ ଦାବିକଲା କଂଗ୍ରେସ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିଲା। ଏହି ସମୟରେ ପୋଲିସ ଏବଂ ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ପକ୍ଷରୁ ଲାଠିଚାର୍ଜ ମଧ୍ୟ କରାଯାଇଥିଲା। ଛାତ୍ର କଂଗ୍ରେସ କର୍ମୀ ଜୀବନ ବିକଳରେ କଂଗ୍ରେସ ଭବନରେ ପଶିଯାଇଥିଲେ। ଏହାପରେ ପୋଲିସ ମଧ୍ୟ କାର୍ଯ୍ୟାଳୟ ମଧ୍ୟରେ ପଶି ପିଟିଥିଲା। ପୋଲିସ କଂଗ୍ରେସ ଭବନରେ ପଶିବା ଘଟଣାକୁ ଦଳୀୟ ନେତା ଓ କର୍ମୀ ବିରୋଧ କରି ତଦନ୍ତ ଦାବିରେ ମଙ୍ଗଳବାର ଡିସିପି ଅଫିସ ଘେରାଉ କରିଛନ୍ତି। ଏହାସହ ରାଜ୍ୟବ୍ୟାପୀ ଏସ୍‌ପି ଅଫିସ୍‌ ଘେରାଉ କରାଯାଇ ଘଟଣାକୁ ତୀବ୍ର ବିରୋଧ କରାଯାଇଛି। ସକାଳ ୯ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିଥିବା ଆନ୍ଦୋଳନରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଯୋଗଦେଇ ପୋଲିସ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, ଛାତ୍ର କଂଗ୍ରେସ କର୍ମୀଙ୍କୁ କଂଗ୍ରେସ ଭବନ ପରିସରରେ ପୋଲିସର ଅମାନୁଷିକ ଓ ବର୍ବରୋଚିତ ଆକ୍ରମଣ ନିନ୍ଦନୀୟ। ଡିସିପି ଏହି ଘଟଣା ସମ୍ପର୍କରେ ଅବଗତ ନ ଥିବା କହିବା ଲଜ୍ଜାଜନକ ବିଷୟ ବୋଲି ନିରଞ୍ଜନ କହିଛନ୍ତି।
ଛାତ୍ର କଂଗ୍ରେସ ସଭାପତି ସୟଦ ୟାସିର ନଓ୍ବାଜ କହିଛନ୍ତି, ପୋଲିସ ଯେଉଁଭଳି ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀଙ୍କୁ ଆକ୍ରମଣ କରୁଛି ସେଥିରୁ ସ୍ପଷ୍ଟ ବୁଝାପଡୁଛି ସେମାନେ ଶାସକ ଦଳର ହାତବାରିସି ସାଜି କାମ କରୁଛନ୍ତି। ବିଜେଡି ନେତାଙ୍କୁ ସୁରକ୍ଷା ଦେବାକୁ ପୋଲିସ ଏଭଳି କାର୍ଯ୍ୟକଳାପ ଜାରି ରଖିଛି ବୋଲି ସେ କହିଛନ୍ତି। ସେହିପରି ମୟୂରଭଞ୍ଜ, ଜୟପୁର, ବାଲେଶ୍ୱର ଆଦି ଜିଲାରେ କଂଗ୍ରେସ କର୍ମୀମାନେ ଏସ୍‌ପି ଅଫିସ ଆଗରେ ପ୍ରତିବାଦ କରିଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଅବସରରେ କଂଗ୍ରେସ ୪ଟି ପ୍ରମୁଖ ଦାବି ରଖିଛି। ହାଇକୋର୍ଟରେ କାର୍ଯ୍ୟରତ ଜଜ୍‌ଙ୍କ ତତ୍ତ୍ୱାବଧାନରେ ମମିତା ମେହେର ହତ୍ୟାକାଣ୍ଡର ଏସ୍‌ଆଇଟି ତଦନ୍ତ କରାଯାଉ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ସହ ଗିରଫ କରାଯାଉ, କଂଗ୍ରେସ ଭବନରେ ପୋଲିସର ଅନୈତିକ ପ୍ରବେଶ, ଭଙ୍ଗାରୁଜା, ଛାତ୍ର କଂଗ୍ରେସ କର୍ମୀଙ୍କୁ ନିର୍ମମ ଆକ୍ରମଣର ବିଚାର ବିଭାଗୀୟ ତଦନ୍ତ ହେଉ ଏବଂ ଆନ୍ଦୋଳନ ସମୟରେ କାର୍ଯ୍ୟରତ ପୋଲିସ ଅଫିସରମାନେ ଇଚ୍ଛାକୃତ ଅବହେଳା ପାଇଁ ସେମାନଙ୍କ ଉପରେ ତୁରନ୍ତ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି କଂଗ୍ରେସ ଦାବି କରିଛି। ଅନ୍ୟପଟେ ୧୧ ଜଣିଆ ପ୍ରତିନିଧି ଦଳ ଡିସିପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri