ସାମ୍ନାକୁ ଆସିଲା ଅଭିନେତା ସୁଶାନ୍ତଙ୍କ ମୃତ୍ୟୁ ପଛର ସତ !

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଇତି ମଧ୍ୟରେ ଏକ ମାସ ବିତିଲାଣି। ହେଲେ ପ୍ରଶଂସକମାନେ ତାଙ୍କ ମୃତ୍ୟୁକୁ ଗ୍ରହଣ କରିବାକୁ ନାରାଜ। ଅପରପକ୍ଷେ ପୋଲିସ ଯାଞ୍ଚକୁ ଏକପ୍ରକାର ଶେଷ କରିଛି। ପୋଷ୍ଟମର୍ଟମ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ଏହାଛଡ଼ା ସୁଶାନ୍ତଙ୍କ କୋଠରୀ, ପଲଙ୍କ, ଫାଶର ଉଚ୍ଚତା ଆଦି ପୋଲିସ ତନ୍ନତନ୍ନ କରି ଯାଞ୍ଚ କରିଛି। ଏବେ କେବଳ ବିର୍ସା ରିପୋର୍ଟକୁ ଅପେକ୍ଷା। ଆସନ୍ତା ଏକରୁ ଦୁଇ ସପ୍ତାହ ମଧ୍ୟରେ ତାହା ଆସିଗଲେ ପୋଲିସ ଶେଷ ରିପୋର୍ଟ ଦେବ।

ଏବେର ରିପୋର୍ଟକୁ ଦେଖିଲେ ଏହା ଆତ୍ମହତ୍ୟା ବୋଲି ପୋଲିସ ସ୍ପଷ୍ଟ କରୁଛି। ଘଟଣାସ୍ଥଳରୁ ମିଳିଥିବା ପ୍ରମାଣ, ପଚରାଉଚରା କରିବା ପରେ ଏଭଳି ନିଷ୍କର୍ସ ବାହାରିଛି। ଏଣୁ ସୁଶାନ୍ତଙ୍କ ମୃତ୍ୟୁ କୌଣସି ଷଡଯନ୍ତ୍ର ନୁହେଁ ବରଂ ଆତ୍ମହତ୍ୟା ବୋଲି ପୋଲିସ ଜାଣିବାକୁ ପାଇଛି।

ପୋଲିସ ପହଞ୍ଚିବା ବେଳକୁ ସୁଶାନ୍ତଙ୍କ ଘରର କବାଟ ବନ୍ଦ ଥିଲା। ପଲଙ୍କ ଏବଂ ପଙ୍ଖା ମଧ୍ୟରେ ଏକ ଇଞ୍ଚର ତଫାତ ରହିଥିଲା। ଶରୀରର କୌଣସି ଦାଗ ନ ଥିଲା। ସୁଶାନ୍ତ ପିନ୍ଧିଥିବା କପଡ଼ା ଠିକ୍‌ ଥିଲା। ଘରେ ଥିବା ସମସ୍ତଙ୍କ ବୟାନ ଏକା ଥିଲା। ଏଭଳି ଅନେକ କିଛି ଦିଗକୁ ନେଇ ପୋଲିସ ତର୍ଜମା କରିଥିଲା। ଶେଷରେ ଏହା ଆତ୍ମହତ୍ୟା ବୋଲି ସ୍ପଷ୍ଟ ହେଉଥିବା ପୋଲିସ କହିଛି। ଏହା ହାଇପ୍ରୋଫାଇଲ୍‌ କେସ୍‌ ହୋଇଥିବାରୁ ପୋଲିସ ଅଧିକ ଯତ୍ନ ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?